ଦୁଇ ଦିନ ଧରି ଚାଲୁଥିବା ଯଜ୍ଞକୁଣ୍ଡରେ ପୂର୍ଣ୍ଣାହୂତି ଦେଇ ଗଜପତି ମହାରାଜା କରିବେ ଯଜ୍ଞର ସମାପ୍ତି । ସେଥିପାଇଁ ଶ୍ରୀକ୍ଷେତ୍ରରେ ଭକ୍ତିମୟ ପରିବେଶ । ରୁକ୍, ସାମ୍, ଯଜ୍ଜୁ ଓ ଅଥର୍ବ ବେଦ ଧ୍ବନିରେ ପ୍ରକମ୍ପିତ ହେଉଛି ଶ୍ରୀମନ୍ଦିର ଚତୁପାର୍ଶ୍ବ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ନେଇ ମହାଯଜ୍ଞ ଚାଲିଥିବା ବେଳେ ଶ୍ରୀମନ୍ଦିର ଐଶାନ୍ୟ କୋଣ ଯଜ୍ଞ ମଣ୍ଡପରେ ଆଚାର୍ଯ୍ୟ ବ୍ରାହ୍ମଣ ମାନେ ବୈଦିକ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରୁଛନ୍ତି ।
ଅପରାହ୍ନ 3 ଟା ପରଠାରୁ ଭକ୍ତମାନେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଲି ଦେଖିପାରିବେ । ଭକ୍ତଙ୍କ ଗହଳିକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।
ଆହରି ପଢନ୍ତୁ ଓଡିଶା ଖବର...