ଏହା ସହିତ ଅଲମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଥିବାରୁ ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକ ପ୍ରସ୍ତୁତି ନିମନ୍ତେ ୧୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହି ଅବସରରେ ଅଲମ୍ପିଆନ ଦୁତୀ ଚାନ୍ଦ , ପ୍ରମୋଦ ଭଗତ, ଦୀପ ଗ୍ରେସ ଏକ୍କା, ନମିତା ଟପ୍ପୋ, ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।
ଓଡିଶାର ଅଲମ୍ପିଆନଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ଟୋକିଓ ଅଲମ୍ପିକସରେ ଭାଗ ନେଉଥିବା ଓଡିଶାର ଅଲମ୍ପିଆନ ମାନଙ୍କ ସହିତ ଭର୍ଚୁଆଲ ମାଧ୍ୟମରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ପଦକ ବିଜେତାଙ୍କ ପାଇଁ ଆର୍ଥିକ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଟୋକିଓ ଅଲମ୍ପିକସରେ ସ୍ଵର୍ଣ୍ଣ ପଦକ ଜିତିଲେ ୬ କୋଟି ଟଙ୍କା, ରୌପ୍ୟ ପଦକ ଜିତିଲେ ୪ କୋଟି ଟଙ୍କା ଏବଂ କାଂସ୍ୟ ପଦକ ଜିତିଲେ ୨.୫ କୋଟି ଟଙ୍କା ରାଜ୍ୟ ସରକାରଙ୍କ ପଷରୁ ଦିଆଯିବ।
Download Argus News App
