କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କୁ ଫସଲ/ଉଦ୍ୟାନ କୃଷି କ୍ଷୟକ୍ଷତିର ଭରଣା ନିମନ୍ତେ ଅଣଜଳସେଚିତ ଅଞ୍ଚଳ ପାଇଁ ହେକ୍ଟର ପିଛା ୮,୫୦୦ ଟଙ୍କା, ଜଳସେଚିତ ଜମି ପାଇଁ ହେକ୍ଟର ପିଛା ୧୭,୦୦୦ ଟଙ୍କା ଓ ସମସ୍ତ ପ୍ରକାର ବାରମାସୀ ଫସଲ ପାଇଁ ହେକ୍ଟର ପିଛା ୨୨ ହଜାର ୫୦୦ ଟଙ୍କା ଆର୍ଥିକ ସହାୟତାରାଶି ପ୍ରଦାନ କରାଯିବ । ଚଳିତ ସେପ୍ଟେମ୍ବର ମାସରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବାଲେଶ୍ବର ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । ଜିଲ୍ଲାରେ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଚଳିତ ମାସ ୧୮ ତାରିଖରେ ବାଲେଶ୍ବର ଗସ୍ତ କରିଥିଲେ । ବନ୍ୟା ସମୟରେ ବିପନ୍ନଙ୍କ ତ୍ବରିତ ଉଦ୍ଧାର କାର୍ଯ୍ୟ ନିମନ୍ତେ ୮ ଟି ଅଗ୍ନିଶମ ବାହିନୀ, ୩ ଟି ODRAF ଟିମ୍ ଓ ଗୋଟିଏ NDRF ଟିମ୍ ନିୟୋଜିତ କରାଯାଇଥିଲା ।
ଅଧିକ ପଢ଼ନ୍ତୁ ଓଡିଶା ଖବର: