ଭୁବନେଶ୍ୱର: ଆଜି ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କର 104 ତମ ଜନ୍ମ ଜୟନ୍ତି । ଏହି ଅବସରରେ କଟକରେ ଏକ ବିଶାଳ ବିଜୁ ଜୟନ୍ତି ସମାରୋହ ପାଳିତ ହୋଇଯାଇଛି । ବିଜେଡି ମୁଖିଆ ତାଥା ବିଜୁଙ୍କ ସନ୍ତାନ ନବୀନ ପଟ୍ଟନାୟକ ତାଙ୍କୁ ମନେପକାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।
ସବୁଠାରୁ ବଡ଼ କଥା ହେଲେ ଆଜି କଟକ ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲକୁ ବିଶ୍ୱସ୍ତରୀୟ ମେଡିକାଲ କରିବା ନିମନ୍ତେ କାମ ଆରମ୍ଭ ହୋଇଛି । ଏହା ଓଡ଼ିଶା ବିକାଶ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ି ହେଲା ବୋଲି କହିଛନ୍ତି ନବୀନ । SCB ମେଡିକାଲ କଲେଜ ଓ ହସ୍ପିଟାଲ ସାଧାରଣ ଲୋକଙ୍କ ଆଶା ଓ ଭରସାର କେନ୍ଦ୍ର । ରାଜ୍ୟ ବାହାରୁ ବହୁ ଲୋକ ଚିକିତ୍ସା ପାଇଁ ଏଠାକୁ ଆସିଥାନ୍ତି । ତେଣୁ ଏସ୍ସିବିର ଭିତ୍ତିଭୂମିର ବିକାଶ ଏବେ ଜରୁରୀ ହୋଇପଡ଼ିଛି । ଏହା ସହ ଏସ୍ସିବିକୁ ବିଶ୍ୱସ୍ତରୀୟ ସଂସ୍ଥା ଭାବେ ବିକାଶ କରି ସାଧାରଣ ଲୋକଙ୍କୁ ଓଡ଼ିଶାରେ ହିଁ ବିଶ୍ୱସ୍ତରୀୟ ଚିକିତ୍ସା ଯୋଗାଇବା ମୁଖ୍ୟ ଲକ୍ଷ ରହିଛି ବୋଲି ନବୀନ କହିଛନ୍ତି ।
ଶେଷରେ ଓଡ଼ିଶାବାସୀଙ୍କ ଆଶୀର୍ବାଦ ରହିଥିବାରୁ ବିଜେଡି, ଲୋକଙ୍କ ସେବାରେ 20 ବର୍ଷ ପୁରଣ କରିଛି । ଓଡ଼ିଶାବାସୀଙ୍କ ସ୍ନେହ ଶ୍ରଦ୍ଧା ପାଇଁ ନବୀନ ସବୁବେଳେ ଋଣୀ ବୋଲି କହିଛନ୍ତି ।
କଟକ: କାଲି ପ୍ରଥମାଷ୍ଟମୀ, ଘରେ ଘରେ ଏଣ୍ଡୁରୀ ପିଠାର ମହକ ସାଙ୍ଗକୁ ଦେଖିବାକୁ ମିଳିବ ଓଡିଆ ସଂସ୍କୃତିର ଝଲକ । ଜ୍ୟେଷ୍ଠ ସନ୍ତାନଙ୍କ ସୁଖ ସମୃଦ୍ଧି ଦୀର୍ଘ ଜୀବନ ପାଇଁ ପ୍ରତ୍ୟେକ ଓଡିଆ ଘରେ ପାଳନ ହୋଇଥାଏ ପ୍ରଥମାଷ୍ଟମୀ । ତେବେ ଏଥିପାଇଁ ମଧ୍ୟ ସ୍ବତନ୍ତ୍ର ନୀତିକାନ୍ତୀ ହେବାର କାର୍ଯ୍ୟକ୍ରମ ରହିଛି । ମାମୁ ଘରୁ ଶ୍ରୀଜଗନ୍ନାଥଙ୍କ ପାଖକୁ ଯିବ ପଢ଼ୁଆଁ ଭାର । ପୋଢୁଆଁ ହେବେ ମହାବାହୁ । ନିଆଳି ମାଧବଙ୍କ ପୀଠରୁ ପଢୁଆଁ ସାମଗ୍ରୀ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଶ୍ରୀଜିଉଙ୍କ ଅଙ୍ଗରେ ନୂଆ ଲୁଗା ସହ ଖଦି ଓ ଛେଦା ପ୍ରସାଦ ଲାଗି ହେବ।
ଆଜି ଏହି ଭାର ନେଇ ଶ୍ରୀମନ୍ଦିରରେ ପହଞ୍ଚିବେ ହଜାର ହଜାର ସଂଖ୍ୟାରେ ଭକ୍ତ । ଶୋଭାଯାତ୍ରାରେ ଭୋଇ ସେବକ, ମହୁରିଆ, ପାଇକ ଆଖଡ଼ା, ରମତାଳି, ସଙ୍କୀର୍ତ୍ତନ ଦଳ, ବେହେରା ସେବକମାନେ କାର୍ଯ୍ୟସୂଚୀ ଅନୁସାରେ ଯାତ୍ରା କରିବେ । ପାଟ, ଫଳ ମୂଳ, ଅରୁଆ ଚାଉଳ, ବିରି, ନଡ଼ିଆ, ଘିଅ, ମହୁ ଆଦି ବିଭିନ୍ନ ପ୍ରକାର ଦ୍ରବ୍ୟ ନେଇ ନିଆଳି ପ୍ରାଚୀ କ୍ଷେତ୍ରରୁ ହଜାର ହଜାର ଭକ୍ତ ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା କରିବେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ନୂଆଦିଲ୍ଲୀ: 4 ରାଜ୍ୟରେ ନିର୍ବାଚନ ଫଳ ଘୋଷଣା ସରିଥିବା ବେଳେ ଆଜି ଆସିବ ମିଜୋରାମର ଫଳ। ୪୦ସିଟ୍ ପାଇଁ ଆଜି ହେବ ଭୋଟ ଗଣତି । ତେବେ ମିଜୋ ନ୍ୟାସନାଲ ଫ୍ରଣ୍ଟ ଓ ଜାରାମ୍ ପିପୁଲ୍ସ ମୁଭମେଣ୍ଟ ମଧ୍ୟରେ ହେବ କଡ଼ା ଟକ୍କର ।
ଏନେଇ ବୁଥ୍ ବାହୁଡ଼ା ମତରୁ ସ୍ଫଷ୍ଟ ହୋଇଛି । ପୂର୍ବରୁ ନିର୍ବାଚନ କମିଶନ ଡିସେମ୍ବର ୩ରେ ଅନ୍ୟ 4 ରାଜ୍ୟ ସହ ମିଜୋରାମ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ ବୋଲି ଘୋଷଣା କରିଥିଲେ । କିନ୍ତୁ ଭୋଟ ଗଣତି ଦିନ ରବିବାର ହୋଇଥିବାରୁ ମିଜୋରାମ ଏନଜିଓ ସଂଯୋଜକ କମିଟି ଦିନକ ପରେ ଭୋଟ ଗଣତି କରିବାକୁ କହିଥିଲେ । ଖ୍ରୀଷ୍ଟିଆନ ସଂପ୍ରଦାୟର ଲୋକେ ଇଷ୍ଟର ପାଳନ କରୁଥିବାରୁ ନିର୍ବାଚନ କମିସନ ମିଜୋରାମ ନିର୍ବାଚନ ଫଳ ଘୋଷଣା ତାରିଖ 3 ବଦଳରେ 4କୁ ଘୁଞ୍ଚାଇ ଦେଇଥିଲେ ।
ଅଧିକ ପଢନ୍ତୁ ଭାରତ ଖବର