ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଭୀଷଣ ବାତ୍ୟାର ରୂପ ନେଇଛି ସାମୁଦ୍ରିକ ଝଡ଼ ‘ଦାନା । ତେବେ ବାତ୍ୟା ‘ଦାନା’ ଭିତରକନିକା-ଧାମରା ମଧ୍ୟରେ ଅତିକ୍ରମ କରିପାରେ । ୨୪ ତାରିଖ ରାତିରୁ ୨୫ ସକାଳ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ । ଯାହାର ପ୍ରଭାବରେ ଆଜିଠାରୁ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେଲାଣି। ବାତ୍ୟାରେ ଶୂନ୍ୟ ମୃତ୍ୟୁ ଉପରେ ରାଜ୍ୟ ସରକାରଙ୍କ ଫୋକସ୍ । ବୁଧବାର ବାତ୍ୟା ପରିଚାଳନାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଭାଗୀୟ ଅଧିକାରୀଙ୍କ ସହ ହୋଇଛି ଘନ ଘନ ଆଲୋଚନା ହୋଇଛି । ହାଇଆଲର୍ଟ ଜିଲ୍ଲାରେ ସ୍ଥିତି ସମୀକ୍ଷା କରୁଛନ୍ତି ଦାୟିତ୍ବରେ ଥିବା ମନ୍ତ୍ରୀ । ସଜାଗ ରହିଛି ମେଡିକାଲ ଟିମ୍ । ପ୍ରସୂତିଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା । ମେଡିକାଲରେ ଡାଇରିଆ ସହ ଆଣ୍ଟି ସ୍ନେକ ଭେନମ୍ ମହଜୁଦ କରିବାକୁ ରହିଛି ନିର୍ଦ୍ଦେଶ ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ମଧ୍ୟାହ୍ନ ରେ ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୯ ଜିଲ୍ଲାର ଦାୟିତ୍ୱରେ ଥିବା ମନ୍ତ୍ରୀ ଏବଂ ବିଭିନ୍ନ ଜିଲ୍ଲାର ସଚିବ ମାନଙ୍କ ସହ ବାତ୍ୟା ସ୍ଥିତି ର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ।
ବଳ ଗୋଟାଉଛି ‘ଦାନା’ । ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’ । ବର୍ଷା ସାଙ୍ଗକୁ ବଢ଼ୁଛି ପବନର ବେଗ । ଆତଙ୍କିତ ଅବସ୍ଥାରେ ଲୋକେ । ଲ୍ୟାଣ୍ଡଫଲ ପରେ ରିକର୍ଭ କରିବ ଭୀଷଣ ବାତ୍ୟା 'ଦାନା' । ରିକର୍ଭ କରି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶା ମୁହାଁଇବ ଦାନା । ଉତ୍ତର ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ହେବ ବର୍ଷା । ଭୀଷଣ ବାତ୍ୟା ଏବେ ପାରାଦୀପ ଠାରୁ ୨୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ । ଧାମରା ବନ୍ଦର ଠାରୁ ୨୯୦ କିମି ଦକ୍ଷିଣ ପୂର୍ବରେ ରହିଛି ବାତ୍ୟା । ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୨ କିମି ବେଗରେ ଗତି କରୁଛି ଦାନା । ଆଜି ମଧ୍ୟରାତ୍ରରେ ଭିତରକନିକା ଏବଂ ଧାମରା ମଧ୍ୟରେ କରିବ ଲ୍ୟାଣ୍ଡଫଲ । ଲ୍ୟାଣ୍ଡଫଲ ପରେ ଭଦ୍ରକରୁ ରିକର୍ଭ କରି ପଶ୍ଚିମ ଓଡିଶା କୁ ମୁହିଁଇବ । କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଦେଇ ଅତିକ୍ରମ କରିବ ସିଷ୍ଟମ ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ବଳ ଗୋଟାଉଛି ‘ଦାନା’ । ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’ । ବର୍ଷା ସାଙ୍ଗକୁ ବଢ଼ୁଛି ପବନର ବେଗ । ଆତଙ୍କିତ ଅବସ୍ଥାରେ ଲୋକେ । ଲ୍ୟାଣ୍ଡଫଲ ପରେ ରିକର୍ଭ କରିବ ଭୀଷଣ ବାତ୍ୟା 'ଦାନା' । ରିକର୍ଭ କରି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶା ମୁହାଁଇବ ଦାନା । ଉତ୍ତର ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ହେବ ବର୍ଷା । ଭୀଷଣ ବାତ୍ୟା ଏବେ ପାରାଦୀପ ଠାରୁ ୨୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ । ଧାମରା ବନ୍ଦର ଠାରୁ ୨୯୦ କିମି ଦକ୍ଷିଣ ପୂର୍ବରେ ରହିଛି ବାତ୍ୟା । ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୨ କିମି ବେଗରେ ଗତି କରୁଛି ଦାନା । ଆଜି ମଧ୍ୟରାତ୍ରରେ ଭିତରକନିକା ଏବଂ ଧାମରା ମଧ୍ୟରେ କରିବ ଲ୍ୟାଣ୍ଡଫଲ । ଲ୍ୟାଣ୍ଡଫଲ ପରେ ଭଦ୍ରକରୁ ରିକର୍ଭ କରି ପଶ୍ଚିମ ଓଡିଶା କୁ ମୁହିଁଇବ । କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଦେଇ ଅତିକ୍ରମ କରିବ ସିଷ୍ଟମ ।
ଆଜି ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର,ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ଖୋର୍ଦ୍ଧା ରେ ଭୀଷଣ ବର୍ଷା । କାଲିଠୁ ଆଭ୍ୟନ୍ତରୀଣ ଓଡିଶା ର ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ନୟାଗଡ଼ ଦେଇ ଅତିକ୍ରମ କରିବ ବାତ୍ୟାର ଅଂଶ । ୨୬ ତାରିଖରେ ଅବପାତ କିମ୍ବା ଲଘୁଚାପ ଭାବରେ ଦକ୍ଷିଣ ଓଡ଼ିଶାରେ ପହଞ୍ଚିବ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ ରେ ବି ବର୍ଷା ହେବ । ବାତ୍ୟା ଦାନା ଗତିପଥରେ ହେଉଛି ସାମାନ୍ୟ ପରିବର୍ତ୍ତନ । ଲ୍ୟଣ୍ଡଫଲ ପଏଣ୍ଟ ପରିବର୍ତ୍ତନ ହୋଇନଥିବା ବେଲେ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶା ମୁହାଁ ହେଉଛି ଦାନା।ବର୍ତମାନ ପାରାଦୀପଠାରୁ ୨୬୦ ଓ ଧାମରାଠାରୁ ୨୯୦ କିମି ଦକ୍ଷିଣ-ପୂର୍ବ ଦିଗରେ ଭୀଷଣ ବାତ୍ୟା ରହିଛି । ଘଣ୍ଟାପ୍ରତି ୧୨ କିମି ବେଗରେ ଆଗକୁ ମାଡି ଆସୁଛି । ଭିତରକନିକା ଓ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା ଦାନା’ । ଆଜି ମଧ୍ୟରାତ୍ରୀରୁ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହେବ।
ଅଧିକ ପଢ଼ନ୍ତୁ ଓଡିଶା ଖବର: