ଜାତିଗତ ପ୍ରମାଣପତ୍ର ନଥିବାରୁ ମାଟିଆ ସମ୍ପ୍ରଦାୟର ପିଲାମାନଙ୍କ ଭବିଷ୍ୟତ ଅନ୍ଧାରକୁ ଠେଲି ହେଇଯାଉଛି। ଏହି ଜାତିଗତ ପ୍ରମାଣପତ୍ର ପାଇଁ ଜଗତସିଂହପୁର ଜିଲ୍ଲାପାଳଙ୍କ ଠାରୁ ଆରମ୍ଭ କରି ତହସିଲଦାରଙ୍କୁ ବାରମ୍ବାର ଜଣାଇଲେ ମଧ୍ୟ କିଛି ସୁଫଳ ମିଳୁନାହିଁ। ତେବେ ଏ ଦିଗରେ ପୂର୍ବାଞ୍ଚଳ ରାଜସ୍ବ କମିଶନର ତୁରନ୍ତ ପଦକ୍ଷେପ ନିଅନ୍ତୁ ବୋଲି ଦଳିତ ବିକାଶ ପରିଷଦ ପକ୍ଷରୁ ଦାବି କରାଯାଇଛି।
ଆରଡିସିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦଳିତ ବିକାଶ ପରିଷଦ ପକ୍ଷରୁ ଧାରଣା

କଟକ: କଟକରେ ଆରଡିସିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦଳିତ ବିକାଶ ପରିଷଦ ପକ୍ଷରୁ ଧାରଣା ଦିଆଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜଗତସିଂହପୁର ଜିଲ୍ଲା ଦଳିତ ବିକାଶ ପରିଷଦ ପକ୍ଷରୁ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ମାଟିଆ ସମ୍ପ୍ରଦାୟକୁ ଜାତିଗତ ପ୍ରମାଣପତ୍ର ପ୍ରଦାନ କରିବା ଦାବିରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।
Download Argus News App
