ଏହା ସହିତ ଏଯାବତ ମୋଟ ୧୭ଟି ଲୋକସଭା ଆସନ ପାଇଁ ଦଳ ପ୍ରାର୍ଥୀ ଘୋଷଣା କରିଛି। ଆଉ ୪ଟି ଆସନ- ସମ୍ବଲପୁର, ଆସିକା, କଟକ ଓ ମୟୂରଭଞ୍ଜରେ ଦଳ ପ୍ରାର୍ଥୀ ଘୋଷଣା କରିବ। ସେପଟେ ବିଜେପି ଓ ବିଜେଡି ରାଜ୍ୟର ସମସ୍ତ ୨୧ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ରାଜ୍ୟର ଆଉ ୯ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ବାଲେଶ୍ୱରରୁ ଦଳ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କୁ ଟିକେଟ୍ ଦେଇଥିବା ବେଳେ ଭଦ୍ରକରୁ ଲଢ଼ିବେ ଅନନ୍ତ ପ୍ରସାଦ ସେଠୀ। ସେହିପରି ଯାଜପୁରରୁ ଅଞ୍ଚଳ ଦାସଙ୍କୁ ଟିକେଟ ଦିଆଯାଇଥିବା ବେଳେ ଢେଙ୍କାନାଳରୁ ସସ୍ମିତା ବେହେରା, କେନ୍ଦ୍ରାପଡ଼ାରୁ ସିଦ୍ଧାର୍ଥ ସ୍ୱରୂପ ଦାସ, ଜଗତସିଂହପୁରରୁ ରବୀନ୍ଦ୍ର ସେଠୀ, କେନ୍ଦୁଝରରୁ ମୋହନ ହେମ୍ବ୍ରମ, ପୁରୀରୁ ସୁଚରିତା ମହାନ୍ତି ଓ ଭୁବନେଶ୍ୱରରୁ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜଙ୍କୁ ଦଳ କରିଛି ପ୍ରାର୍ଥୀ।
ଏହା ସହିତ ଏଯାବତ ମୋଟ ୧୭ଟି ଲୋକସଭା ଆସନ ପାଇଁ ଦଳ ପ୍ରାର୍ଥୀ ଘୋଷଣା କରିଛି। ଆଉ ୪ଟି ଆସନ- ସମ୍ବଲପୁର, ଆସିକା, କଟକ ଓ ମୟୂରଭଞ୍ଜରେ ଦଳ ପ୍ରାର୍ଥୀ ଘୋଷଣା କରିବ। ସେପଟେ ବିଜେପି ଓ ବିଜେଡି ରାଜ୍ୟର ସମସ୍ତ ୨୧ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ : ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । କାକଟପୁରର ପୂର୍ବତନ ବିଧାୟକ ଶ୍ରୀ ସେଠୀ ମଙ୍ଗଳବାର ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ସେ ନିଜର ଇସ୍ତଫା ସମ୍ପର୍କରେ ଜଣାଇଛନ୍ତି । ଶ୍ରୀ ସେଠୀ ୨୦୧୪ରେ କାକଟପୁର ବିଧାୟକ ହୋଇଥିଲେ । ହେଲେ ୨୦୧୯ରେ କିନ୍ତୁ ତାଙ୍କ ବଦଳରେ ବିଜେପିରୁ ଆସିଥିବା ନେତା ତୁଷାରକାନ୍ତି ବେହେରାଙ୍କୁ ବିଜେଡି ଟିକେଟ୍ ଦେଇଥିଲା।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ : କଂଗ୍ରେସ ଘୋଷଣା ବିଧାନସଭା ପ୍ରାର୍ଥୀ ତାଲିକା । କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । କାକଟପୁରରୁ ପ୍ରାର୍ଥୀ ହେଲେ ବିଶ୍ବଭୂଷଣ ଦାସ । ବିଜେପିରୁ ଟିକେଟ ନମିଳିବାରୁ କଂଗ୍ରେସରେ ସାମିଲ ହୋଇଥିଲେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର