ଏହା ବ୍ୟତୀତ ପୂର୍ବତଟ ରେଳପଥର ସମସ୍ତ ତିନୋଟି ରେଳ ମଣ୍ଡଳ ଯଥା ଖୋର୍ଦ୍ଧା ରୋଡ୍, ୱାଲଟିୟର ଓ ସମ୍ବଲପୁର ଠାରେ ମଧ୍ୟ ସମ୍ବିଧାନ ଦିବସ ପାଳନ କରାଯାଇଥିଲା। ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ବିଭିନ୍ନ ରେଳ ଷ୍ଟେସନରେ ମଧ୍ୟ ଏହି ଦିବସ ପାଳନ କରାଯାଇଥିଲା। ଦୂର ଉପାନ୍ତ ସ୍ଥାନ ମାନଙ୍କରେ ଥିବା ରେଳବାଇ ଏବଂ ଅଧିକାରୀମାନେ ମଧ୍ୟ ସେମାନଙ୍କ କାର୍ଯ୍ୟ ସ୍ଥାନରେ ଭାରତୀୟ ସମ୍ବିଧାନର ପ୍ରାକ କଥନ ପଠନ କରିଥିଲେ I
ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନ ଦିବସ ପାଳନ

ଅର୍ଗସ ବ୍ୟୁରୋ: ପୂର୍ବ ତଟ ରେଳପଥ ଦ୍ୱାରା ଆଜି ରେଳପଥ ମୁଖ୍ୟାଳୟ ରେଳ ସଦନ ଠାରେ ସମ୍ବିଧାନ ଦିବସ ପାଳନ କରାଯାଇଥିଲା I ରେଳପଥର ଅତିରିକ୍ତ ମହାପ୍ରବନ୍ଧକଙ୍କ ଶ୍ରୀ ଶରଦ କୁମାର ଶ୍ରୀବାସ୍ତବଙ୍କ ନେତୃତ୍ୱରେ ସମସ୍ତ ପ୍ରମୁଖ ବିଭାଗୀୟ ଅଧିକାରୀ, ବରିଷ୍ଠ ଅଧିକାରୀ, କର୍ମଚାରୀମାନେ ଭାରତୀୟ ସମ୍ବିଧାନର ପ୍ରାକ କଥନ (ପ୍ରିୟାମ୍ବୁଲ) ପ୍ରିମ୍ବଲ୍ ପାଢୀ ଥିଲେ I
Download Argus News App
