ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ: ଯୁବକଙ୍କୁ ପିଟିପିଟି ମାରିଦେଲେ। ଏଭଳି ଅମାନୁଷିକ ଘଟଣା ଘଟିଛି ବଲାଙ୍ଗିର ସଦର ଥାନା ପଣ୍ଡରାପିଟା ଗାଁରେ I ମୃତକ ଜଣକ ହେଲେ ଭାସ୍କର ତାଣ୍ଡି। ମୃତକଙ୍କ ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ, ଗତକାଲି ସନ୍ଧ୍ୟା ସମୟରେ ଗାଁର କିଛି ଅସାଧୁ ଲୋକଙ୍କ ସହ ଭାସ୍କର ତାଣ୍ଡିଙ୍କ ବଚସା ହୋଇଥିଲା I ପରେ ଏହା ଉଗ୍ରରୂପ ନେବା ସହ ଭାସ୍କରକୁ ପିଟି ପିଟି ଲହୁଲୁହାଣ କରିଥିଲେ I ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା I ହେଲେ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ I ସେପଟେ ଘଟଣା ନେଇ ତଦନ୍ତ ଆରମ୍ଭ କରିଥିଲା ସଦର ପୋଲିସ I ଅଭିଯୁକ୍ତ ପ୍ରେମରାଜ ପୋଢ଼କୁ ଗିରଫ କରି ଘଟଣାର ଅଧିକ ତଦନ୍ତ ଚଳାଇଛି ପୋଲିସ I ତେବେ ଅଟୋ ରଖାକୁ ନେଇ ହତ୍ୟାକାଣ୍ଡ ଘଟିଥିବା ସୂଚନା ଦେଇଛନ୍ତି ସଦର ଥାନା ଅଧିକାରୀ I
ପୋଲିସ ସୂଚନା ଅନୁସାରେ, ଗତକାଲି ମୃତ ଭାସ୍କରଙ୍କ ଘର ଆଗରେ ଅଟୋ ରଖିବାକୁ କେନ୍ଦ୍ର କରି ଉଭୟଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା I ଭାସ୍କର ଅଟୋର କାଚ ଭାଙ୍ଗି ଦେବା ପରେ ଅଭିଯୁକ୍ତ ତା ମୁଣ୍ଡରେ ପିଟି ଥିଲା I ତାକୁ ଗୁରୁତର ଅବସ୍ଥାରେ ଭୀମଭୋଇ ମେଡିକାଲକୁ ଅଣାଯାଇଥିଲା I ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ I ଏନେଇ ସଦର ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତ ପ୍ରେମରାଜ ପୋଢ଼ଙ୍କୁ ଗିରଫ କରିଛି I ଏବଂ ମେଡିକାଲ ଚେକଅପ ପରେ ଅଭିଯୁକ୍ତ ପ୍ରେମରାଜ ପୋଢ଼କୁ କୋର୍ଟ ଚାଲାଣ କରାଯିବ ବୋଲି କହିଛନ୍ତି ସଦର ଥାନା ଅଧିକାରୀ ଶ୍ରୀକାନ୍ତ ସାହୁ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
କଟକ: କାଲି ପ୍ରଥମାଷ୍ଟମୀ, ଘରେ ଘରେ ଏଣ୍ଡୁରୀ ପିଠାର ମହକ ସାଙ୍ଗକୁ ଦେଖିବାକୁ ମିଳିବ ଓଡିଆ ସଂସ୍କୃତିର ଝଲକ । ଜ୍ୟେଷ୍ଠ ସନ୍ତାନଙ୍କ ସୁଖ ସମୃଦ୍ଧି ଦୀର୍ଘ ଜୀବନ ପାଇଁ ପ୍ରତ୍ୟେକ ଓଡିଆ ଘରେ ପାଳନ ହୋଇଥାଏ ପ୍ରଥମାଷ୍ଟମୀ । ତେବେ ଏଥିପାଇଁ ମଧ୍ୟ ସ୍ବତନ୍ତ୍ର ନୀତିକାନ୍ତୀ ହେବାର କାର୍ଯ୍ୟକ୍ରମ ରହିଛି । ମାମୁ ଘରୁ ଶ୍ରୀଜଗନ୍ନାଥଙ୍କ ପାଖକୁ ଯିବ ପଢ଼ୁଆଁ ଭାର । ପୋଢୁଆଁ ହେବେ ମହାବାହୁ । ନିଆଳି ମାଧବଙ୍କ ପୀଠରୁ ପଢୁଆଁ ସାମଗ୍ରୀ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଶ୍ରୀଜିଉଙ୍କ ଅଙ୍ଗରେ ନୂଆ ଲୁଗା ସହ ଖଦି ଓ ଛେଦା ପ୍ରସାଦ ଲାଗି ହେବ।
ଆଜି ଏହି ଭାର ନେଇ ଶ୍ରୀମନ୍ଦିରରେ ପହଞ୍ଚିବେ ହଜାର ହଜାର ସଂଖ୍ୟାରେ ଭକ୍ତ । ଶୋଭାଯାତ୍ରାରେ ଭୋଇ ସେବକ, ମହୁରିଆ, ପାଇକ ଆଖଡ଼ା, ରମତାଳି, ସଙ୍କୀର୍ତ୍ତନ ଦଳ, ବେହେରା ସେବକମାନେ କାର୍ଯ୍ୟସୂଚୀ ଅନୁସାରେ ଯାତ୍ରା କରିବେ । ପାଟ, ଫଳ ମୂଳ, ଅରୁଆ ଚାଉଳ, ବିରି, ନଡ଼ିଆ, ଘିଅ, ମହୁ ଆଦି ବିଭିନ୍ନ ପ୍ରକାର ଦ୍ରବ୍ୟ ନେଇ ନିଆଳି ପ୍ରାଚୀ କ୍ଷେତ୍ରରୁ ହଜାର ହଜାର ଭକ୍ତ ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା କରିବେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ନୂଆଦିଲ୍ଲୀ: 4 ରାଜ୍ୟରେ ନିର୍ବାଚନ ଫଳ ଘୋଷଣା ସରିଥିବା ବେଳେ ଆଜି ଆସିବ ମିଜୋରାମର ଫଳ। ୪୦ସିଟ୍ ପାଇଁ ଆଜି ହେବ ଭୋଟ ଗଣତି । ତେବେ ମିଜୋ ନ୍ୟାସନାଲ ଫ୍ରଣ୍ଟ ଓ ଜାରାମ୍ ପିପୁଲ୍ସ ମୁଭମେଣ୍ଟ ମଧ୍ୟରେ ହେବ କଡ଼ା ଟକ୍କର ।
ଏନେଇ ବୁଥ୍ ବାହୁଡ଼ା ମତରୁ ସ୍ଫଷ୍ଟ ହୋଇଛି । ପୂର୍ବରୁ ନିର୍ବାଚନ କମିଶନ ଡିସେମ୍ବର ୩ରେ ଅନ୍ୟ 4 ରାଜ୍ୟ ସହ ମିଜୋରାମ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ ବୋଲି ଘୋଷଣା କରିଥିଲେ । କିନ୍ତୁ ଭୋଟ ଗଣତି ଦିନ ରବିବାର ହୋଇଥିବାରୁ ମିଜୋରାମ ଏନଜିଓ ସଂଯୋଜକ କମିଟି ଦିନକ ପରେ ଭୋଟ ଗଣତି କରିବାକୁ କହିଥିଲେ । ଖ୍ରୀଷ୍ଟିଆନ ସଂପ୍ରଦାୟର ଲୋକେ ଇଷ୍ଟର ପାଳନ କରୁଥିବାରୁ ନିର୍ବାଚନ କମିସନ ମିଜୋରାମ ନିର୍ବାଚନ ଫଳ ଘୋଷଣା ତାରିଖ 3 ବଦଳରେ 4କୁ ଘୁଞ୍ଚାଇ ଦେଇଥିଲେ ।
ଅଧିକ ପଢନ୍ତୁ ଭାରତ ଖବର