ସେପଟେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ରିପୋର୍ଟ ଅନୁଯାୟୀ ଦେଶରେ ଗତ ୨୪ ଘଣ୍ଟାରେ ୭୫୨ କୋରାନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ଚାରି ଜଣ ସଂକ୍ରମିତଙ୍କ ମୃତ୍ୟୁ ମଧ୍ୟ ଘଟିଛି । ନୂଆ ସଂକ୍ରମିତଙ୍କୁ ମିଶାଇଲେ ବର୍ତ୍ତମାନ କୋଭିଡ ସକ୍ରିୟ ମାମଲା ୩,୪୨୦ରେ ପହଞ୍ଚିଛି । ତେବେ JN.1 ସବ୍ ଭାରିଆଣ୍ଟ ଚିନ୍ତା ବଢାଇ ଥିବାବେଳେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଆଗକୁ ବଡ଼ ଦିନ, ନୂଆ ବର୍ଷ ଭଳି ଉତ୍ସବ ଥିବା ବେଳେ ବର୍ତ୍ତମାନ ପିକନିକ ୠତୁ ଚାଲିଥିବା ଉଭୟ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ଚିନ୍ତା ବଢିଛି । ସ୍ଥିତି ଉପରେ ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ ତିକ୍ଷଣ ନଜର ରଖିଥିବା ବେଳେ ଜନଗହଳି ସ୍ଥାନ କୁ ଗଲେ ମାକ୍ସ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି ।
ଅଧିକ ପଢ଼ନ୍ତୁ ଓଡିଶା ଖବର: