ଅଧିକ ପଢନ୍ତୁ: ରାଜ୍ୟ ବିଜେପିର ସଭାପତି ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ମନମୋହନ
ମନମୋହନଙ୍କ ନେତୃତ୍ବରେ ଦଳ ୨୦୨୪ ନିର୍ବାଚନ ମୈଦାନକୁ ଓହ୍ଲାଇବ । ନୂଆ ଦାୟିତ୍ୱ ପାଇବା ପରେ ମନମୋହନ ସାମଲ କହିଛନ୍ତି, ଦଳର ସମସ୍ତ ନେତା ଓ କର୍ମୀଙ୍କୁ ସାଥୀରେ ନେଇ ଆଗକୁ ବଢିବି । ଆଗାମୀ ନିର୍ବାଚନରେ ଜୋରଦାର ଲଢେଇ ହେବ । ଓଡ଼ିଶାରେ ଦୁର୍ନୀତିଗ୍ରସ୍ତ ଶାସନ ଚାଲିଛି । ୨୪ରେ ପରିବର୍ତ୍ତନ ହେବ ବୋଲି କହିଛନ୍ତି ମନମୋହନ ।
ଅଧିକ ପଢନ୍ତୁ: ମନମୋହନ ସାମଲ ନୂଆ ରାଜ୍ୟ ବିଜେପି ସଭାପତି
ପୂର୍ବରୁ ମଧ୍ୟ ରାଜ୍ୟ ବିଜେପିର ସଭାପତି ଦାୟିତ୍ବ ତୁଲାଇଛନ୍ତି ମନମୋହନ । ୨୦୦୪ରୁ ୨୦୦୮ ପର୍ଯ୍ୟନ୍ତ ଧାମନଗରର ବିଧାୟକ ଥିବା ମନମୋହନ ବିଜେଡି-ବିଜେପି ମେଣ୍ଟ ସରକାରରେ ମନ୍ତ୍ରୀ ମଧ୍ୟ ରହି ସାରିଛନ୍ତି । ଧାମନଗର ଉପ-ନିର୍ବାଚନରେ ଦଳର ବିଜୟରେ ମନମୋହନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥିଲା ।
ଅଧିକ ପଢନ୍ତୁ: ମନମୋହନ ସାମଲ ରାଜ୍ୟ ବିଜେପି ସଭାପତି ହେବା ପରେ ଅଭିନନ୍ଦନ ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ