ସେପଟେ ଭରତପୁର ଥାନା ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଏହି ତଦନ୍ତ ହେବ । ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ କମିଶନଙ୍କୁ ଅନୁରୋଧ କରାଯାଇଛି । ଏଥିସହ ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିଲା ଉଚ୍ଚସ୍ତରୀୟ ବୈଠକ । ବୈଠକରେ ଭରତପୁର ଘଟଣାର ସମସ୍ତ ଦିଗ ଉପରେ ଆଲୋଚନା ହୋଇଥିଲା ।
ସରକାରଙ୍କ ପକ୍ଷରୁ କୁହାଯାଇଛି ମହିଳା ସମ୍ମାନ, ସୁରକ୍ଷା ଓ ଅଧିକାର ପ୍ରତି ରାଜ୍ୟ ସରକାର ସମ୍ପୂର୍ଣ୍ଣ ଯତ୍ନବାନ ଅଛନ୍ତି। ଘଟଣାରେ ସଂପୃକ୍ତ ପୋଲିସ ଅଧିକାରୀଙ୍କୁ ନିଲମ୍ବିତ କରାଯିବା ସହ ସେମାନଙ୍କ ବିରୋଧରେ କେସ୍ କରାଯାଇଛି । ସଂପୃକ୍ତ ଯୁବକ ମାନଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ କରାଯାଇଛି । ଆଇନ ଅନୁଯାୟୀ ଦୋଷୀସାବ୍ୟସ୍ତ ସମସ୍ତ ବ୍ୟକ୍ତି ବା ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ହୋଇ ପଦକ୍ଷେପ ନେଇଛନ୍ତି।
ଆହୁରି ପଢନ୍ତୁ ଓଡିଶା ଖବର...