ଏହା ଘଣ୍ଟା ପ୍ରତି 14 କିଲୋମିଟର ବେଗରେ ଆଗକୁ ବଢୁଛି । ତେବେ ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ସ୍ଥଳଭାଗ ଛୁଇଁବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । 14 କିମି ବେଗରେ ଉପକୂଳକୁ ମୁହାଁଉଛି ବାତ୍ୟା । ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ଘଣ୍ଟାକୁ ୭୦ ରୁ ୮୦ କିମି ରହିବ ବୋଲି କୁହାଯାଉଛି । ଆଉ ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ଆଜିଠାରୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।
ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି ବେଶୀ ପ୍ରଭାବିତ ହେବା ଆଶଙ୍କା କରାଯାଉଛି । ସେହପରି ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ମଧ୍ୟ ପ୍ରଭାବ ପଡ଼ିବା ନେଇ ଆଶଙ୍କା ରହିଛି ।