ଆଗାମୀ ୫ ଦିନ ପଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରା ରେ ବିଶେଷ ପରିବର୍ତ୍ତନ ନାହିଁ।ପାଗ ମୁଖ୍ୟତ ଶୁଖିଲା ରହିବ। ଗୋଟେ ଦୁଇଟି ସ୍ଥାନରେ ତାପମାତ୍ରା ବଢ଼ି ପାରେ । କୁହୁଡି କିଛି କିଛି ସ୍ଥାନରେ ଦେଖା ଯିବାର ଅଛି ଯେମିତି କି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼,କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ସମ୍ବଲପୁର ଜିଲ୍ଲାରେ କୁହୁଡି ଦେଖାଯିବ। ଡିସେମ୍ବର ଓ ଜାନୁୟାରୀ ମାସରେ ଶୀତ ବଢିବାର ସମ୍ଭାବନା ରହିଛି ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁଯାୟୀ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ଼ କରାଯାଇଛି । ଏଥିସହ ରାଜ୍ୟର ୧୨ ସହର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି । ଫୁଲବାଣୀରେ ୧୦.୫, ଅନୁଗୁଳରେ ୧୧.୬, ଦାରିଙ୍ଗିବାଡିରେ ୧୧.୫, ରାଉରକେଲାରେ ୧୨.୨, ଝାରସୁଗୁଡାରେ ୧୨.୪, ଭବାନୀପାଟଣାରେ ୧୩, କେନ୍ଦୁଝର ଓ ସୁନ୍ଦରଗଡରେ ୧୪, ନବରଙ୍ଗପୁରରେ ୧୪.୫,ବଲାଙ୍ଗୀର ଓ ଢେଙ୍କାନାଳରେ ୧୪.୯, ସୋନପୁରରେ ୧୫.୧, ନୟାଗଡରେ ୧୫.୪ ଡିଗ୍ରୀ ରେକର୍ଡ଼ ହୋଇଛି।