ଆଗାମୀ ୧୨,୧୩, ଓ ୧୪ ଡିସେମ୍ବର ତାରିଖ ପର୍ଯ୍ୟନ୍ତ ମୁଖ୍ୟତ ରାଜ୍ୟରେ ଶୁଖିଲା ପାଗ ରହିବ । ଅନ୍ୟପଟେ ବାହ୍ୟ ବଳୟ ସହ ଜଡିତ ମେଘ ସମୂହ ପ୍ରଭାବରେ ତାରିଖରେ ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେପଟେ କେନ୍ଦୁଝର ଓ ବୌଦ୍ଧ ଜିଲ୍ଲାରେ ୧୧.୦ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି । ଆଗାମୀ ୨୪ ଘଣ୍ଟା ପରେ ବଢିବ ରାତ୍ରି ତାପମାତ୍ରା । ଆଗାମୀ ୨୪ଘଣ୍ଟା ଯାଏଁ ରାତ୍ରି ତାପମାତ୍ରା ରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନଥିବା ବେଳେ ପରବର୍ତ୍ତୀ ସମୟରେ ରାତ୍ରି ତାପମାତ୍ରା ରାଜ୍ୟର ଅନେକ ସ୍ଥାନରେ ୨ ରୁ ୪ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ଥିବାରୁ ଶୀତର ପ୍ରଭାବ କମିବ ।
ପ୍ରାକୃତିକ ଦୁର୍ବିପାକ ବିଷୟରେ ଖବର ପଢନ୍ତୁ