ଅର୍ଗସ ବ୍ୟୁରୋ : ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରସ୍ଥଳରେ ସୃଷ୍ଟି ହୋଇଥିବା ଘୂଣ୍ଣିଝଡ଼ ଆମ୍ଫାନ୍ କ୍ରମଶଃ ଶକ୍ତିଶାଳୀ ରୂପ ଧାରଣ କରିଛି। ଏହା ସାଂଘାତିକ ବାତ୍ୟାରେ ପରିଣତ ହୋଇ ଅତୀ କ୍ଷୀପ୍ର ଗତିରେ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରୁଛି। ତେବେ ବାତ୍ୟା ଅମ୍ଫାନ ଦୁଇଦିନ ମଧ୍ୟରେ ଓଡିଶା ଉପକୂଳ ଦେଇ ଗତି କରିବା ସମ୍ଭାବନା ଥିବାବେଳେ ପ୍ରବଳ ବର୍ଷା ସହ ପବନର ବେଗ ପ୍ରାୟ ୧୦୦କିଲୋମିଟର ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ସମ୍ଭାବ୍ୟ ବାତ୍ୟା ଅମ୍ଫାନକୁ ଦୃଷ୍ଟିରେ ରଖି ପୁରୀକୁ ୨ନମ୍ବର ବିପଦ ସଂକେତ ଜାରି କରାଯାଇଛି।
ପୁରୀ ଜିଲ୍ଲାର ଅସ୍ତରଙ୍ଗଠାରୁ ଆରମ୍ଭ କରି କୃଷ୍ଣପ୍ରସାଦ ଉପକୂଳରେ ଥିବା ତଳିଆ ଅଞ୍ଚଳର ଲୋକମାନଙ୍କୁ ସ୍ଥାନାନ୍ତର ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ସମୁଦ୍ରକୂଳରେ ଥିବା ଉଠାଦୋକାନୀ ଓ ମତ୍ସ୍ୟଜୀବିମାନେ ସମୁଦ୍ରକୂଳରୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିଛନ୍ତି। ଏହି ସମୟରେ ମତ୍ସ୍ୟଜୀବିମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ବାରଣ କରାଯାଇଛି। ଜିଲ୍ଲାର ୬ଟି ଅତି ସମ୍ବେଦନଶୀଳ ବ୍ଳକରେ ଲୋକମାନଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର ପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କେବଳ ସେତିକି ନୁହେଁ ବାତ୍ୟା ମୁକାବିଲା ପାଇଁ ପର୍ଯ୍ୟାପ୍ତ ମାତ୍ରାରେ ଶୁଖିଲା ଖାଦ୍ୟ ଓ ଅତ୍ୟାବଶ୍ୟକ ସାମଗ୍ରୀ ସହ ପାନୀୟ ଜଳ ବ୍ୟବସ୍ଥା କରିବା ପାଇଁ ବିଡିଓ ଓ ତହସିଲଦାରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଅର୍ଗସ ବ୍ୟୁରୋ : ଭୂମିକମ୍ପରେ ଥରିଲା ମେଘାଳୟ । ଆଜି ସନ୍ଧ୍ୟା ପ୍ରାୟ ୬.୧୫ରେ ଅନୁଭୂତ ହୋଇଥିବା ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୨ ରହିଛି । ଭୂମିକମ୍ପ ଯୋଗୁଁ, ମେଘାଳୟ, ଆସାମ ସହ ତ୍ରିପୁରା ଏବଂ ପଶ୍ଚିମବଙ୍ଗରେ ମଧ୍ୟ ତୀବ୍ର ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ରେକର୍ଡ ହୋଇଛି।
ଅଧିକ ପଢନ୍ତୁ ଭାରତ ଖବର
ସଂସ୍ଥା କହିଛି ଯେ ଭୂପୃଷ୍ଠରୁ ୧୦ କିମି ଗଭୀରରରେ ଏହା ସୃଷ୍ଟି ହୋଇଥିଲା । ମେଘାଳୟରେ ସବୁଠାରୁ ଅଧିକ ତୀବ୍ରତାର ଝଟକା ଅନୁଭବ ହୋଇଛି । ଏହାବାଦ ପଶ୍ଚିମବଙ୍ଗ ଓ ଆସାମର କିଛି ସ୍ଥାନରେ ମଧ୍ୟ ଲୋକମାନେ ଝଟକା ଅନୁଭବ କରିଛନ୍ତି । ହଠାତ୍ ଭୂମିକମ୍ପ ଫଳରେ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବର୍ତ୍ତମାନ ସୁଦ୍ଧା କୌଣସି ଧନ-ଜୀବନ କ୍ଷତି ନେଇ ସୂଚନା ମିଳିନାହିଁ।
ଅର୍ଗସ ବ୍ୟୁରୋ : ରାଜସ୍ଥାନର ଚିତ୍ତୋରଗଡ଼ରେ ବିଶାଳ ରାଲି କରିଛନ୍ତି ପିଏମ ମୋଦି। ଏହି ଅବସରରେ ସାନୱାଲିଆ ସେଠ୍ ମନ୍ଦିର ଯାଇ ଦର୍ଶନ କରିବା ସହ ଚିତ୍ତୋରଗଡରେ ପ୍ରାୟ 7 ହଜାର କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ସେଠାରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧନ କରିବା ସମୟରେ ପ୍ରଧାନମନ୍ତ୍ରୀ ରାଜସ୍ଥାନର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ।
ଅଧିକ ପଢନ୍ତୁ ଭାରତ ଖବର
କଂଗ୍ରେସ ସରକାରରେ ରାଜସ୍ଥାନ ଅପରାଧ ତାଲିକାଲେ ଶୀର୍ଷରେ ରହିବା ଏକ ଲଜ୍ଜାଜନକ ବୋଲି କହିଛନ୍ତି ମୋଦି । ଅପାରଗ ସରକାରକୁ ଟାର୍ଗେଟ୍ କରି କହିଛନ୍ତି ପାଞ୍ଚ ବର୍ଷ ଧରି ରାଜସ୍ଥାନକୁ କେବଳ ଲୁଟିଛି କଂଗ୍ରେସ ସରକାର। ଏବେ ଗେହଲଟ ସରକାର ବିଦାୟ ନେବାର କାଉଣ୍ଟଡାଉନ୍ ଆରମ୍ଭ ହୋଇସାରିଛି। ବିଜେପିକୁ କ୍ଷମତାକୁ ଆଣିବାକୁ ରାଜସ୍ଥାନବାସୀ ମନ ବଳାଇସାରିଛନ୍ତି। ବିଜେପି କ୍ଷମତାକୁ ଆସିଲେ ଭ୍ରଷ୍ଟାଚାରୀଙ୍କୁ ମାଫ୍ କରାଯିବ ନାହିଁ। ପେପର ଲିକ୍ ମାଫିଆଙ୍କୁ ପାତାଳରୁ ବି ଖୋଜି ବାହାର କରି ଦଣ୍ଡ ଦିଆଯିବ।