ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ସନ୍ଦେହ ଜନକ ଅବସ୍ଥାରେ ଜଙ୍ଗଲରେ ଅଜଣା ଯୁବକଙ୍କ ମୃତଦେହ ଠାବ । ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ମାଇଛେଳି ଜଙ୍ଗଲରେ ଝୁଲନ୍ତା ଅବସ୍ଥାରେ ମୃତଦେହ ଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ପରେ ଏ ନେଇ ପୋଲିସକୁ ଖବର ଦେଇଥିଲେ l ପୋଲିସ ଖବର ପାଇ ତଦନ୍ତ ଆରମ୍ଭ କରିଥିବା ବେଳେ ମୃତକ ଯୁବକଙ୍କ ପରିଚୟ ମିଳିପାରିନାହିଁ l ଏହା ଆତ୍ମହତ୍ୟା ନା ଆଉ କିଛି ସେ ନେଇ ସନ୍ଦେହ ଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଜାମ୍ମୁ କାଶ୍ମୀର ପୁଞ୍ଚ୍ରେ IAF କନ୍ଭଏ ଉପରେ ଆତଙ୍କବାଦୀ ହମଲା ହୋଇଛି। ଆତଙ୍କୀ ହମ୍ଲାରେ ଯବାନ ଗୁରୁତର ହୋଇଥିବା ସୂଚନା ରହିଛି।ରାଷ୍ଟ୍ରୀୟ ରାଇଫଲ୍ସ ୟୁନିଟ୍ ପକ୍ଷରୁ କର୍ଡନ କରି ଜୋରଦାର ତଲାସୀ। ଏହି ଆକ୍ରମଣରେ ଅନେକ ଯବାନ ଆହତ ହୋଇଥିବା ସୂଚନା ମିଳିଛି । ଏହି ଆକ୍ରମଣ ସୁରନକୋଟର ସନାଇ ଗାଁରେ ହୋଇଛି । ଭାରତୀୟ ସେନା ଓ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସାରିଛନ୍ତି ।
ଅଧିକ ପଢ଼ନ୍ତୁ ଦେଶ ଖବର: