ଅର୍ଗସ ବ୍ୟୁରୋ : ସେଲଫି ନିଶାରେ ନଦୀରେ ଫସିଲେ 10ଜଣ । ଦେବଗଡ ତିଲେଇବଣି ଗୋହିରା ନଦୀରେ ହଠାତ ପାଣି ଆସିବା ଫଳରେ 10ଜଣ ଫସିରହିଥିବା ଦେଖିବାକୁ ମିଳିଥିଲା । ସକାଳ ପ୍ରାୟ ୧୦ ଟା ସମୟରେ ଗୋହିରା ଡ୍ୟାମର ଏକ ଗେଟ ଖୋଲାଯାଇଥିଲା । ଫଳରେ ନଦୀର ସ୍ରୋତ ହଠାତ ବଢିଯିବାରୁ ନଦୀ ଭିତରୁ ଆସିନପାରି ୧୦ ଜଣ ଫଶି ରହିଥିଲେ । ପରେ ଅଗ୍ନିଶମ ବିଭାଗ ପକ୍ଷରୁ ସମସ୍ତଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବା ଜଣାପଡିଛି ।
ସୁବର୍ଣ୍ଣପୁର: ମାହୁନ୍ତକୁ କଚାଡି ହାତୀ ଫେରାର । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଧନୁଯାତ୍ରାରେ ଅଘଟଣ । ଧନୁଯାତ୍ରାରେ ସାମିଲ ଥିବା ହାତୀ ମାହୁନ୍ତକୁ କଚାଡି ଫେରାର ମାରିଥିବା ସୂଚନା ରହିଛି । ତେବେ ମାହୁନ୍ତ ଜଣକ ସୁରକ୍ଷିତ ଥିବା ଜଣାପଡିଛି । ହାତୀଟି ଗାଁ ମୁହାଁ ହୋଇଥିବା ସୂଚନା ମିଳିଛି ।
ଆଜି ଧନୁଯାତ୍ରାର ଚତୁର୍ଥ ରଜନୀ । କଂସ ମହାରାଜକୁ ହାତୀ ନେଇଥିବାବେଳେ ହଠାତ୍ ହାତୀଟି ପଳାଇବାରେ ଲାଗିଥିଲା । ମାହୁନ୍ତ ଜଣକ ହାତୀକୁ ନିୟନ୍ତ୍ରଣ କରିବା ପାଇଁ ଚେଷ୍ଟା କରିଥିଲେ ହେଁ ହାତୀ ଟି ନିୟନ୍ତ୍ରଣ ହରାଇ ମାହୁନ୍ତକୁ କଚାଡି ଦୌଡ଼ି ପଳେଇ ଥିଲା । ତେବେ ଅନ୍ଧାର ହୋଇଥିବାରୁ ହାତୀକୁ ଖୋଜିବାରେ ବାଧା ସୃଷ୍ଟି ହୋଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ହାତୀର ସନ୍ଧାନ ମିଳି ପାରି ନାହିଁ । ଏବେ ସମସ୍ତେ ହାତୀଟିକୁ ଖୋଜିବାରେ ଲାଗିଥିବାବେଳେ ଯାତ୍ରା ମଧ୍ୟ ବାଧାପ୍ରାପ୍ତ ରହିଛି ।
ଆହୁରି ପଢନ୍ତୁ ଓଡିଶା ଖବର...