ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଅର୍ଥାତ୍ ୭ ରୁ ୨୦ ସେମି ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, କଳାହାଣ୍ଡି,କନ୍ଧମାଳ,ରାୟଗଡ଼ା, ଗଜପତି ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପାଇଁ ସମୁଦ୍ର ଅଶାନ୍ତ ରହୁଥିବାରୁ ୧ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।
ଆହୁରି ପଢନ୍ତୁ ପାଣିପାଗ ଖବର...