ଭୁବନେଶ୍ଵର: ରାଉରକେଲା ଇସ୍ପାତ୍ କାରଖାନାରେ ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ ଶୋକ ପ୍ରକାଶ କରିଛନ୍ତି। ଏ ନେଇ ଉଭୟ ଟ୍ଵିଟ କରିଛନ୍ତି।
&nbs
p;ରାଉରକେଲା ଇସ୍ପାତ୍ କାରଖାନାରେ ଦୁର୍ଘଟଣାରେ କର୍ମଚାରୀଙ୍କ ମୃତ୍ୟୁ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି । — Dharmendra Pradhan (@dpradhanbjp) January 6, 2021
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ରାଉରକେଲା ଇସ୍ପାତ୍ କାରଖାନାରେ ଦୁର୍ଘଟଣାରେ କର୍ମଚାରୀଙ୍କ ମୃତ୍ୟୁ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।
ରାଉରକେଲା ଇସ୍ପାତ କାରଖାନାରେ ଦୁର୍ଘଟଣା ଯୋଗୁଁ କର୍ମଚାରୀଙ୍କ ମୃତ୍ୟୁ ହେବା ଖବର ଗଣମାଧ୍ୟମରୁ ଶୁଣି ମୁଁ ଅତ୍ଯନ୍ତ ଦୁଃଖିତ ଏବଂ ମର୍ମାହତ । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ପ୍ରଭୂ ଜଗନ୍ନାଥଙ୍କ ପାଖେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । — Pratap Sarangi (@pcsarangi) January 6, 2021
ସେହିପରି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ କହିଛନ୍ତି ଯେ, ରାଉରକେଲା ଇସ୍ପାତ କାରଖାନାରେ ଦୁର୍ଘଟଣା ଯୋଗୁଁ କର୍ମଚାରୀଙ୍କ ମୃତ୍ୟୁ ହେବା ଖବର ଗଣମାଧ୍ୟମରୁ ଶୁଣି ମୁଁ ଅତ୍ଯନ୍ତ ଦୁଃଖିତ ଏବଂ ମର୍ମାହତ । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ପ୍ରଭୂ ଜଗନ୍ନାଥଙ୍କ ପାଖେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି।