ଶ୍ରୀ ପ୍ରଧାନ ଆହୁରି ଲେଖିଛନ୍ତି ଯେ, ରାଜନୈତିକ ଜୀବନରେ ସ୍ୱର୍ଗତ ରାଉତରାୟଙ୍କ ଅବଦାନ ସର୍ବଦା ସ୍ମରଣୀୟ ହୋଇରହିବ। ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।
ବିଜୟଶ୍ରୀ ରାଉତରାୟଙ୍କ ଦେହାନ୍ତରେ ଧର୍ମେନ୍ଦ୍ରଙ୍କ ଶୋକ

ଭୁବନେଶ୍ଵର : ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ଦେହାନ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି। ଟ୍ଵିଟ କରି ଶ୍ରୀ ପ୍ରଧାନ ଲେଖିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ବିଜୟଶ୍ରୀ ରାଉତରାୟଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ସେ ରାଜ୍ୟ ସରକାରରେ ମନ୍ତ୍ରୀ ଭାବେ ବହୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଥିଲେ ।
Download Argus News App
