ଜଣେ ଲବ୍ଧ ପ୍ରତିଷ୍ଠିତ ଶିଳ୍ପୀ ଭାବେ ପରିଚିତ ସ୍ୱର୍ଗତ ମହାପାତ୍ର ପଥରରେ ନିଖୁଣ କାରୁକାର୍ଯ୍ୟ ମାଧ୍ୟମରେ ଓଡ଼ିଶାର ଉତ୍କୃଷ୍ଟ କଳା ଓ ସଂସ୍କୃତିକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଗୌରବାନ୍ୱିତ କରିଥିଲେ । ତାଙ୍କ ନିଧନରେ ଓଡ଼ିଶାରେ ଏକ ଅପୂରଣୀୟ ଶୂନ୍ୟ ସ୍ଥାନ ତିଆରି ହେଲା । ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି । ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପରିବାର ସଦସ୍ୟଙ୍କୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ।
ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ଧର୍ମେନ୍ଦ୍ରଙ୍କ ଶୋକ

ଭୁବନେଶ୍ଵର: ଭାସ୍କର୍ଯ୍ୟ ଶିଳ୍ପୀ, ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି। ଟ୍ଵିଟ କରି ଶ୍ରୀ ପ୍ରଧାନ ଲେଖିଛନ୍ତି ଯେ, ଅନ୍ତରାଷ୍ଟ୍ରୀୟ ସ୍ତରରେ ଓଡ଼ିଶାକୁ ସମ୍ମାନିତ କରିଥିବା ଖ୍ୟାତିସମ୍ପନ୍ନ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମବିଭୂଷଣ, ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଗଭୀର ଭାବେ ଦୁଃଖିତ ଓ ମର୍ମାହତ । ତାଙ୍କ ସହ ମୋର ବ୍ୟକ୍ତିଗତ ସମ୍ପର୍କ ନିବିଡ଼ ଥିଲା ।
Download Argus News App
