ଭୁବନେଶ୍ଵର: ବେଗୁନିଆ-ବୋଲଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି। ଏ ନେଇ ସେ ଟ୍ଵିଟ କରିଛନ୍ତି। ସେ ଲେଖିଛନ୍ତି ଯେ, ଖୋର୍ଦ୍ଧା ଜିଲ୍ଲା ବେଗୁନିଆ-ବୋଲଗଡ଼ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ରଙ୍କ ବିୟୋଗ ଖବର ଶୁଣି ମୁଁ ମର୍ମାହତ । ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।
ଖୋର୍ଦ୍ଧା ଜିଲ୍ଲା ବେଗୁନିଆ-ବୋଲଗଡ଼ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ରଙ୍କ ବିୟୋଗ ଖବର ଶୁଣି ମୁଁ ମର୍ମାହତ । ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି । — Dharmendra Pradhan (@dpradhanbjp) January 24, 2021
ଆଜି ସନ୍ଧ୍ୟାରେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା ସେ କିଛି ଦିନଧରି ଅସୁସ୍ଥ ଥିଲେ। ତାଙ୍କର ପରଲୋକ ଖବର ପ୍ରସାରିତ ହେବାପରେ ବେଗୁନିଆ ନିର୍ବାଚନ ମଣ୍ଡଳୀରେ ଶୋକ ଛାୟା ଖେଳିଯାଇଛି । ସ୍ୱର୍ଗତ ସୁରେନ୍ଦ୍ର ନାଥ ମିଶ୍ର ୧୯୯୦ ମସିହା ଠାରୁ ୧୯୯୫ ମସିହା ପର୍ଯ୍ୟନ୍ତ ଜନତା ଦଳର ବିଧାୟକ ଥିଲେ ।