ଅଧିକ ପଢନ୍ତୁ : ଜଙ୍ଗଲ ନିଆଁକୁ ନେଇ ଭୂପେନ୍ଦ୍ର ଯାଦବଙ୍କ ହସ୍ତକ୍ଷେପ ଲୋଡ଼ିଲେ କେନ୍ଦ୍ରମନ୍ତ୍ରୀ
ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ଭାରତ ସରକାର ଓଡିଶାର ଗ୍ରାମୀଣ ଅଞ୍ଚଳର ଭିତ୍ତିଭୂମିର ବିକାଶ ତଥା ଗମାଗମନ ସୁବିଧାକୁ ପ୍ରାଧାନ୍ୟ ଦେଇ ଆସୁଛନ୍ତି । ଓଡ଼ିଶାର ୧୫ ଜିଲ୍ଲା ଯଥା କଳାହାଣ୍ଡି ପାଇଁ ୧୩ଟି, ସମ୍ବଲପୁର ପାଇଁ ୧୦ଟି, ଗଞ୍ଜାମ ପାଇଁ ୮ଟି, କଟକ ପାଇଁ ୫ଟି, ନବରଙ୍ଗପୁର ପାଇଁ ୫ଟି, ବାଲେଶ୍ୱର ପାଇଁ ୩ଟି, ମୟୂରଭଞ୍ଜ ପାଇଁ ୩ଟି, ଦେବଗଡ଼ ଓ ମାଲକାନଗିରି ପାଇଁ ୨ଟି ଲେଖାଁଏ ପୋଲ ନିର୍ମାଣ କରିବା ପାଇଁ ନିଷ୍ପତି ନେଇଛନ୍ତି । ଅନୁରୂପ ଭାବରେ ଭଦ୍ରକ, ଝାରସୁଗୁଡା, ନୟାଗଡ, ନୂଆପଡା, ପୁରୀ ଓ ସୁନ୍ଦରଗଡ ଜିଲ୍ଲାରେ ଗୋଟାଏ ଲେଖାଁଏ ସେତୁ ନିର୍ମାଣ ପାଇଁ ଅର୍ଥବ୍ୟୟବରାଦ ହୋଇଛି । ଏହା ଦ୍ୱାରା ଏହି ସବୁ ଗ୍ରାମୀଣ ଅଞ୍ଚଳରେ ବସବାସ କରୁଥିବା ଲୋକମାନେ ବିଶେଷ ଭାବରେ ଉପକୃତ ହେବେ I ଏହି ନିଷ୍ପତି ଅଞ୍ଚଳର ବିକାଶ କରିବା ସହ ସାମାଜିକ ଅର୍ଥନୈତିକ ବିକାଶକୁ ତ୍ୱରାନ୍ୱିତ କରିବ I
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ସବକା ସାଥ୍, ସବକା ବିକାଶ , ସବକା ପ୍ରୟାସ, ସବକା ବିଶ୍ଵାସ ମନ୍ତ୍ରରେ କାର୍ଯ୍ୟ କରୁଛନ୍ତି I ଓଡିଶାର ବିକାଶ ପାଇଁ ଏହି ପ୍ରକଳ୍ପକୁ ମଂଜୁର କରିଥିବାରୁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଗ୍ରାମୀଣ ଉନ୍ନୟନ ଓ କେନ୍ଦ୍ର ଗ୍ରାମୀଣ ବିକାଶ ଓ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି I