ଅଧିକ ପଢନ୍ତୁ : ଈରାଶିଷ ଆଚାର୍ଯ୍ୟଙ୍କ ସମେତ ୨୨ ଜଣଙ୍କୁ ହାଇକୋର୍ଟରୁ ଜାମିନ
ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ବିଜେପି ଯୁବ ମୋର୍ଚ୍ଚାର କାର୍ଯ୍ୟକର୍ତ୍ତାମାନେ ଗତ ଫେବୃୟାରୀ ୨୮ ତାରିଖରେ ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ବିରୋଧରେ ପ୍ରତିବାଦ କରିବା ସମୟରେ ପୋଲିସ ଦ୍ୱାରା ଷଡଯନ୍ତ୍ରର ଶୀକାର ହୋଇ ସେମାନଙ୍କୁ ଜେଲ୍ ଯିବାକୁ ପଡିଥିଲା । ଏହି ଘଟଣାକୁ ୫୦ ଦିନରୁ ଉର୍ଦ୍ଧ୍ୱ ହେଲାଣି।
ଗଣତନ୍ତ୍ରରେ ପ୍ରତିବାଦ କରିବାର ଅଧିକାର ସମସ୍ତଙ୍କର ଅଛି । ଯୁବ ମୋର୍ଚ୍ଚାର କାର୍ଯ୍ୟକର୍ତ୍ତାମାନେ ହେଉଛନ୍ତି ଏକ ରାଜନୈତିକ ଦଳର କାର୍ଯ୍ୟକର୍ତ୍ତା କିନ୍ତୁ ପୋଲିସ ପ୍ରଶାସନ ସେମାନଙ୍କୁ ରାଜନୈତିକ କାର୍ଯ୍ୟକର୍ତ୍ତା ଭାବରେ ନୁହେଁ ବରଂ ଅପରାଧୀ ଭାବରେ ବ୍ୟବହାର କରିଥିଲା, ଯାହା ଗଣତନ୍ତ୍ରରେ ଗ୍ରହଣୀୟ ନୁହେଁ । ଆଜି ମାନ୍ୟବର ହାଇକୋର୍ଟ ଯୁବ କାର୍ଯ୍ୟକର୍ତ୍ତା ମାନଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଦେଶ ଆଇନବ୍ୟବସ୍ଥାକୁ ଆମେ ସମ୍ମାନ ଜଣାଉଛୁ । ସତ୍ୟମେବ ଜୟତେ, ଧର୍ମର ଜୟ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି।