ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିବା ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମନ୍ତବ୍ୟ । କଟକର ଐତିହାସିକ ବାଲିଯାତ୍ରା କାହାର ମାନ୍ୟତା ପାଇବାର ଆବଶ୍ୟକତା ନାହିଁ। କଟକର ବାଲିଯାତ୍ରା ନିଜେ ଗୋଟିଏ ପରିଚୟ । ଏହା କାଗଜ କଲମରେ ସୀମିତ ହୋଇ ରହିବ ନାହିଁ। ସେଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଦେଶରେ କଟକ ବାଲିଯାତ୍ରା ସମ୍ପର୍କରେ ବର୍ଣ୍ଣନା କରିଥିଲେ। ଏହାଠାରୁ ଆଉ ବଡ଼ ମାନ୍ୟତା କଣ। ରେଭେନ୍ସା ବାଳିକା ବିଦ୍ୟାଳୟର 150 ତମ ପୂର୍ତ୍ତି ଉତ୍ସବରେ ଯୋଗ ଦେଇ ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଶନିବାର ଥମିଛି ପ୍ରଚାର । ସମସ୍ତ ବଳ ଲଗାଇ ଦେଇଛନ୍ତି ପ୍ରାର୍ଥୀ । ଜନତାଙ୍କ ମନ ଜିତିବା ସହ ବିକାଶ ଓ ନିଜ ନିଜ ମୁଦ୍ଦାକୁ ନେଇ ଲୋକଙ୍କ ନିକଟରେ ପହଞ୍ଚି ମନ ଜିତିବାକୁ ପ୍ରୟାସ କରିଛନ୍ତି । 5 ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ଏବଂ 35 ବିଧାନସଭା ଆସନ ପାଇଁ ହେବ ଭୋଟିଂ ।
9162ଟି ମତଦାନ କେନ୍ଦ୍ରରେ ଭୋଟ ଦେବେ 79 ଲକ୍ଷ 69 ହଜାର ଭୋଟର । ନିର୍ବାଚନକୁ ଅବାଧ ନିରପେକ୍ଷ ଓ ସ୍ୱଚ୍ଛ ଭାବେ ପରିଚାଳନା କରିବା ପାଇଁ ଜିଲ୍ଲାପାଳଙ୍କ ନେତୃତ୍ବରେ ସମସ୍ତ ବ୍ୟବସ୍ଥା କରାଯାଇଛି । ଫ୍ଲାଇଙ୍ଗ ସ୍କ୍ବାଡ ସହ ବ୍ୟାପକ ପୋଲିସ ମୁତୟନ ହେବେ । ନିୟୋଜିତ ହେବେ 102 କମ୍ପାନୀ ସୁରକ୍ଷା ବାହିନୀ । 60ଟି ବୁଥରେ ହେବ ଲାଇଭ ଷ୍ଟ୍ରିମିଂ ।
ଅଧିକ ପଢ଼ନ୍ତୁ ନିର୍ବାଚନୀ ଖବର:
ଅର୍ଗସ ବ୍ୟୁରୋ: ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା । ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲା ପାଣିପାଗ ବିଭାଗ । ଆଗାମୀ 22 ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରାଥମିକ ସ୍ତରରେ ଉତ୍ତରପୂର୍ବ ଦିଗରେ ଗତିକରିବାର ସମ୍ଭାବନା ଥିବାବେଳେ, କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ 24ରେ ଅବପାତରେ ପରିଣତ ହେବ l
ଏହା ପ୍ରଭାବରେ 24ରେ ଦକ୍ଷିଣ ଓଡ଼ିଶା ଏବଂ 25ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୧ ତାରିଖ ଯାଏଁ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ସ୍ୱଭାବିକଠାରୁ ୨ ରୁ ୪ ଡିଗ୍ରୀ ତାପମାତ୍ରା ଅଧିକ ରହିବ । ଉପକୂଳ ଓଡ଼ିଶାରେ ଉଷ୍ମ ଆଦ୍ର ତାପମାତ୍ରା ପରିଲକ୍ଷିତ ହେବ। ଦିନ ସମୟରେ ଆଦ୍ରତା ଅଧିକ ରହୁଥିବା ହେତୁ ଗୁଳୁଗୁଳି ଅନୁଭୁତ ହେବ । ଦକ୍ଷିଣ ଓ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଆଗାମୀ ଦୁଇ ରୁ ତିନି ଦିନ ଯାଏଁ କାଳବୈଶାଖୀ ର ସମ୍ଭାବନା ରହିଛି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପାଇଁ ପାଗ ଅନୁକୂଳ ରହିଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:
ଅର୍ଗସ ବ୍ୟୁରୋ: ରୋମାଞ୍ଚକର ସ୍ଥିତିରେ IPL-2024 । ପ୍ଲେଅଫ୍ରେ ଆର୍ସିବି । ଚେନ୍ନାଇ ସୁପର୍ କିଙ୍ଗ୍ସକୁ ପଛକୁ ହଟାଇ ଅପ୍ରତ୍ୟାଶିତ ଭାବେ ପ୍ଲେଅଫ୍ ଯୋଗ୍ୟତା ଅର୍ଜନ କରିଛି ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ । ସିଏସ୍କେକୁ ୧୯୧ ରନ୍ରେ ରୋକି ବିଦାୟ ରାସ୍ତା ଦେଖାଇଛି ଆର୍ସିବି । ଉଭୟ ଦଳ ୧୪ ପଏଣ୍ଟରେ ପହଞ୍ଚି ଯିବାରୁ ଉନ୍ନତ ଏନ୍ଆର୍ଆର୍ ବଳରେ ଆର୍ସିବି ପ୍ଲେଅଫ୍ର ଚତୁର୍ଥ ସ୍ଥାନ ଦଖଲ କରି ନେଇଛି । ସିଏସ୍କେକୁ ବିଜୟ ପାଇଁ ୨୧୯ ରନ୍ ଆବଶ୍ୟକ ପଡ଼ିଥିଲେ ମଧ୍ୟ ଯୋଗ୍ୟତା ଅର୍ଜନ ଲାଗି ୨୦୧ ରନ୍ ଦରକାର ଥିଲା। ଶେଷ ଦୁଇ ଓଭରରୁ ୩୫ ରନ୍ ଲୋଡ଼ା ପଡ଼ିବା ପରେ ଧୋନି-ଜାଡ଼େଜା ଯୋଡ଼ି ୧୯ତମ ଓଭରରୁ ୧୮ ରନ୍ ଆଦାୟ କରିଥିଲେ।
୨୦ତମ ଓଭର ପ୍ରଥମ ବଲ୍କୁ ଧୋନି ୧୧୦ ମିଟରର ଲମ୍ବା ଛକା ମାରିଥିଲେ ମଧ୍ୟ ପରବର୍ତ୍ତୀ ବଲ୍ରେ ଆଉଟ୍ ହୋଇଥିଲେ । ୟଶ ଦୟାଲ ଶେଷ ୪ ବଲ୍ରେ ମାତ୍ର ଗୋଟିଏ ରନ୍ ଦେଇ ବାଜି ଓଲଟାଇ ଦେଇଥିଲେ । ବିଜେତା ସିଏସ୍କେର ବିଦାୟ ସହ ମହେନ୍ଦ୍ର ସିଂହ ଧୋନିଙ୍କ ଆଇପିଏଲ୍ ଜୀବନ ଶେଷ ହୋଇଯାଇଥିବା ଚର୍ଚ୍ଚା ଆରମ୍ଭ ହୋଇଛି।
ଅଧିକ ପଢ଼ନ୍ତୁ ଖେଳ ଖବର: