ଧର୍ମେନ୍ଦ୍ର ସାହୁଙ୍କୁ ଆତ୍ମହତ୍ୟା ଘଟଣାରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କ ସିଧାସଳଖ ସମ୍ପୃକି ଥିବା ଅଡିଓ ରେକର୍ଡରୁ ସ୍ପଷ୍ଟ ହୋଇଛି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ସମୀର ଦାସଙ୍କ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ହୋଇନାହିଁ।
ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ମାମଲା

ଅର୍ଗସ ବ୍ୟୁରୋ: ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ମାମଲା । ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କୁ ଗିରଫ ଏବଂ ବହିସ୍କାର ଦାବି ନେଇ ପୁରୀ ଜିଲ୍ଲା ବିଜେପି ତରଫରୁ ମାଉସୀ ମାଆ ମନ୍ଦିର ସମ୍ମୁଖରୁ ଏକ ପଦଯାତ୍ରା ବାହାରି ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ଯିବ । ଏଥିରେ ପୁରୀ ଜିଲ୍ଲା ସଭାପତି ଶ୍ରୀଯୁକ୍ତ ଆଶ୍ରିତ ପଟ୍ଟନାୟକ, ପୁରୀ ବିଧାୟକ ଶ୍ରୀଯୁକ୍ତ ଜୟନ୍ତ କୁମାର ଷଡ଼ଙ୍ଗୀ, ବ୍ରହ୍ମଗିରି ବିଧାୟକ ଶ୍ରୀଯୁକ୍ତ ଲଲାଟେନ୍ଦୁ ବିଦ୍ୟାଧର ମହାପାତ୍ର, ରାଜ୍ୟ ଉପ ସଭାନତ୍ରୀ ଶ୍ରୀମତି ପ୍ରଭାତୀ ପରିଡା, ପୁର୍ବତନ ବିଧାୟକ ଶ୍ରୀଯୁକ୍ତ ରବି ମଲ୍ଲିକ, ପୂର୍ବତନ ଜିଲ୍ଲା ସଭାପତି ଶ୍ରୀଯୁକ୍ତ ପ୍ରଭଞ୍ଜନ ମହାପାତ୍ର ପ୍ରମୁଖ ଉପସ୍ଥିତ ଅଛନ୍ତି।
Download Argus News App
