୧୯୨୩-୨୪ରେ ଓଡ଼ିଶା ପ୍ରଜା ଆନ୍ଦୋଳନର ନେତୃତ୍ବ ନେଇ ଜେଲ୍ ଯାଇଥିଲେ । ୧୯୩୦-୩୧ରେ ବାଲେଶ୍ବରର ଇଞ୍ଚୁଡ଼ିଠାରେ ଲବଣ ସତ୍ୟାଗ୍ରହ ଓ ଆଇନ ଅମାନ୍ୟ ଆନ୍ଦୋଳନ କରି ୨ ଥର କାରାବରଣ କରିଥିଲେ । ୧୯୪୬ରୁ ୧୯୫୦ ଓ ୧୯୫୬ରୁ ୧୯୬୧ ପର୍ଯ୍ୟନ୍ତ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୫୦ରୁ ୧୯୫୨ ପର୍ଯ୍ୟନ୍ତ ସେ କେନ୍ଦ୍ର ଶିଳ୍ପ, ବାଣିଜ୍ୟ ଓ ଯୋଗାଣ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୫୫ରେ ସେ ବମ୍ବେର ରାଜ୍ୟପାଳ ହୋଇଥିଲେ । ୧୯୬୨ରେ ସେ ଅପ୍ରତିଦ୍ବନ୍ଦୀ ଭାବେ ଲୋକସଭାକୁ ନିର୍ବାଚିତ ହୋଇଥିଲେ । ୧୯୬୬ରେ ସେ କଂଗ୍ରେସ ଦଳ ଛାଡ଼ିଥିଲେ ।
ଭୁବନେଶ୍ବରରେ ନୂଆ ରାଜଧାନୀ ପ୍ରତିଷ୍ଠା, ଓଡ଼ିଶା ଟେକ୍ସଟାଇଲ ମିଲ ପ୍ରତିଷ୍ଠା, କଟକ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା, ବାରବାଟୀ ଷ୍ଟାଡିୟମ ନିର୍ମାଣ ଓ ହୀରାକୁଦ ବନ୍ଧ ନିର୍ମାଣରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ୧୯୨୩ ମସିହାରେ ସେ ସାପ୍ତହିକ ଖବରକାଗଜ ପ୍ରଜାତନ୍ତ୍ର ପ୍ରତିଷ୍ଠା କରିଥିଲେ ।