ଜଗତସିଂହପୁର: ରାଜ୍ୟରେ ବଢ଼ୁଥିବା ଡକାୟତି ଓ ହତ୍ୟା ଉପରେ ରୋକ୍ ଲଗାଇବାକୁ ଓଡ଼ିଶା ପୋଲିସ ଏବେ ତତ୍ପର ହୋଇପଡ଼ିଛି । ଅପରାଧିଙ୍କ ନିଦ ହଜାଇ ଦେଇଛି ପୋଲିସ । ବିଭିନ୍ନ ସ୍ଥାନରେ ଚାଲିଛି ଏନ୍କାଉଣ୍ଟର । ଗତକାଲି ବିଳମ୍ବିତ ରାତିରେ କୁଖ୍ୟାତ ଅପରାଧୀ ‘ଡନ’ ବାଲିତୁଠ-କଙ୍କରଦିଆ ରାସ୍ତା ପାର୍ଶ୍ଵରେ ଏକ ଅପରାଧୀକ କାର୍ଯ୍ୟରେ ଲିପ୍ତ ଥିବାବେଳେ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ପେଟ୍ରୋଲିଂ ଟିମ ସହିତ ସାମନା ସାମ୍ନି ହୋଇଥିଲା। ପେଟ୍ରୋଲିଂ ରେ ଥିବା ପୋଲିସ ତାକୁ କାବୁ କରିବା ପାଇଁ ଚେଷ୍ଟା କଲା ବେଳେ ସେ ପୋଲିସ ଉପରକୁ ଦୁଇ ରାଉଣ୍ଡ ଗୁଳି ଚାଳନା କରିଥିଲା । ଯାହାକି ପୋଲିସ ଗାଡ଼ିରେ ବାଜିଥିଲା। ପୋଲିସର ପାଲଟା ଗୁଳି ଚାଳନାରେ କୁଖ୍ୟାତ ଅପରାଧୀ ‘ଡ଼ନ’ ର ଦୁଇ ଜଙ୍ଘରେ ଗୁଳି ବାଜି ଗୁରୁତର ଭାବେ ଆହତ ହେବାରୁ ପ୍ରଥମେ କୁଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ପରେ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।
ଏହି ଅପରାଧୀ ଜଣଙ୍କ ନାମରେ ରାଜ୍ୟର ବିଭିନ୍ନ ଥାନାରେ ୪୦ଗୋଟିରୁ ଉର୍ଦ୍ଧ୍ଵ ସାଙ୍ଘାତିକ ଅପରାଧିକ ମାମଲା ରହିଛି । ଏଠାରେ ଆପଣମାନଙ୍କୁ ମନେପକାଇ ଦେବାକୁ ଚାହୁଁଛୁ, ଘଟଣାର ଗୋଟିଏ ଦିନ ପୂର୍ବରୁ ନିକଟବର୍ତ୍ତୀ ଅଞ୍ଚଳ ରଙ୍ଗିଆଗଡ଼ ପୋଲ ପାଖରୁ ୫ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ପୋଲିସ ଗିରଫ କରିଥିଲା ଏବଂ ସେମାନଙ୍କ ନାମରେ ରାଜ୍ୟର ବିଭିନ୍ନ ଥାନାରେ ୨୦ରୁ ଅଧିକ ମାମଲା ଥିବା ଜଣାପଡ଼ିଛି ।
କଟକ: କାଲି ପ୍ରଥମାଷ୍ଟମୀ, ଘରେ ଘରେ ଏଣ୍ଡୁରୀ ପିଠାର ମହକ ସାଙ୍ଗକୁ ଦେଖିବାକୁ ମିଳିବ ଓଡିଆ ସଂସ୍କୃତିର ଝଲକ । ଜ୍ୟେଷ୍ଠ ସନ୍ତାନଙ୍କ ସୁଖ ସମୃଦ୍ଧି ଦୀର୍ଘ ଜୀବନ ପାଇଁ ପ୍ରତ୍ୟେକ ଓଡିଆ ଘରେ ପାଳନ ହୋଇଥାଏ ପ୍ରଥମାଷ୍ଟମୀ । ତେବେ ଏଥିପାଇଁ ମଧ୍ୟ ସ୍ବତନ୍ତ୍ର ନୀତିକାନ୍ତୀ ହେବାର କାର୍ଯ୍ୟକ୍ରମ ରହିଛି । ମାମୁ ଘରୁ ଶ୍ରୀଜଗନ୍ନାଥଙ୍କ ପାଖକୁ ଯିବ ପଢ଼ୁଆଁ ଭାର । ପୋଢୁଆଁ ହେବେ ମହାବାହୁ । ନିଆଳି ମାଧବଙ୍କ ପୀଠରୁ ପଢୁଆଁ ସାମଗ୍ରୀ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଶ୍ରୀଜିଉଙ୍କ ଅଙ୍ଗରେ ନୂଆ ଲୁଗା ସହ ଖଦି ଓ ଛେଦା ପ୍ରସାଦ ଲାଗି ହେବ।
ଆଜି ଏହି ଭାର ନେଇ ଶ୍ରୀମନ୍ଦିରରେ ପହଞ୍ଚିବେ ହଜାର ହଜାର ସଂଖ୍ୟାରେ ଭକ୍ତ । ଶୋଭାଯାତ୍ରାରେ ଭୋଇ ସେବକ, ମହୁରିଆ, ପାଇକ ଆଖଡ଼ା, ରମତାଳି, ସଙ୍କୀର୍ତ୍ତନ ଦଳ, ବେହେରା ସେବକମାନେ କାର୍ଯ୍ୟସୂଚୀ ଅନୁସାରେ ଯାତ୍ରା କରିବେ । ପାଟ, ଫଳ ମୂଳ, ଅରୁଆ ଚାଉଳ, ବିରି, ନଡ଼ିଆ, ଘିଅ, ମହୁ ଆଦି ବିଭିନ୍ନ ପ୍ରକାର ଦ୍ରବ୍ୟ ନେଇ ନିଆଳି ପ୍ରାଚୀ କ୍ଷେତ୍ରରୁ ହଜାର ହଜାର ଭକ୍ତ ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା କରିବେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ନୂଆଦିଲ୍ଲୀ: 4 ରାଜ୍ୟରେ ନିର୍ବାଚନ ଫଳ ଘୋଷଣା ସରିଥିବା ବେଳେ ଆଜି ଆସିବ ମିଜୋରାମର ଫଳ। ୪୦ସିଟ୍ ପାଇଁ ଆଜି ହେବ ଭୋଟ ଗଣତି । ତେବେ ମିଜୋ ନ୍ୟାସନାଲ ଫ୍ରଣ୍ଟ ଓ ଜାରାମ୍ ପିପୁଲ୍ସ ମୁଭମେଣ୍ଟ ମଧ୍ୟରେ ହେବ କଡ଼ା ଟକ୍କର ।
ଏନେଇ ବୁଥ୍ ବାହୁଡ଼ା ମତରୁ ସ୍ଫଷ୍ଟ ହୋଇଛି । ପୂର୍ବରୁ ନିର୍ବାଚନ କମିଶନ ଡିସେମ୍ବର ୩ରେ ଅନ୍ୟ 4 ରାଜ୍ୟ ସହ ମିଜୋରାମ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ ବୋଲି ଘୋଷଣା କରିଥିଲେ । କିନ୍ତୁ ଭୋଟ ଗଣତି ଦିନ ରବିବାର ହୋଇଥିବାରୁ ମିଜୋରାମ ଏନଜିଓ ସଂଯୋଜକ କମିଟି ଦିନକ ପରେ ଭୋଟ ଗଣତି କରିବାକୁ କହିଥିଲେ । ଖ୍ରୀଷ୍ଟିଆନ ସଂପ୍ରଦାୟର ଲୋକେ ଇଷ୍ଟର ପାଳନ କରୁଥିବାରୁ ନିର୍ବାଚନ କମିସନ ମିଜୋରାମ ନିର୍ବାଚନ ଫଳ ଘୋଷଣା ତାରିଖ 3 ବଦଳରେ 4କୁ ଘୁଞ୍ଚାଇ ଦେଇଥିଲେ ।
ଅଧିକ ପଢନ୍ତୁ ଭାରତ ଖବର