ଅଧିକ ପଢନ୍ତୁ ଓଡ଼ିଶା ଖବର
ପୂର୍ବ ତଟ ରେଳପଥର ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ଅନ୍ତର୍ଗତ ଯଖପୁରା-ଜାରୋଲି ଦୋହରୀକରଣ ପ୍ରକଳ୍ପ ପାଇଁ ନିର୍ମାଣ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲୁରହିଅଛି । ଏହି ପ୍ରକଳ୍ପ ପାଇଁ 99% ରୁ ଅଧିକ ନିର୍ମାଣ କାର୍ଯ୍ୟ ମଧ୍ୟ ସମାପ୍ତ ହୋଇଛି । ମାନ୍ୟବର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଦ୍ୱାରା ଓଡ଼ିଶାରେ ନିର୍ମାଣାଧୀନ ପ୍ରକଳ୍ପ କାର୍ଯ୍ୟର ନିରନ୍ତର ସମୀକ୍ଷା ଯୋଗୁଁ ଏହା ସମ୍ଭବ ହୋଇଛି । ଓଡ଼ିଶାରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ସହିତ ଶ୍ରୀ ବୈଷ୍ଣବ ଏହି ଅଞ୍ଚଳର ରେଳ ଭିତ୍ତିଭୂମି ବିକାଶକୁ ପ୍ରାଥମିକତା ଦେଉଛନ୍ତି ଏବଂ ବିକାଶମୂଳକ କାର୍ଯ୍ୟ ଉପରେ ମଧ୍ୟ ନଜର ରଖିଛନ୍ତି ।
ଯଖପୁରା-ଜାରୋଲି ଦୋହରୀକରଣ କାର୍ଯ୍ୟ ଏହି ଅଞ୍ଚଳର ଅର୍ଥନୀତିକୁ ବୃଦ୍ଧି କରିବ ଏବଂ ଓଡିଶାର ଲୁହାପଥର ଖଣି ଅଞ୍ଚଳ ଦେଇ ଉଭୟ ହାଓଡ଼ା-ଚେନ୍ନାଇ ଏବଂ ହାଓଡ଼ା-ମୁମ୍ବାଇ ମୁଖ୍ୟ ରେଳପଥ ମଧ୍ୟରେ ସହଜ ରେଳ ସଂଯୋଗ ସହିତ ଅସୁବିଧାଜନକ ଟ୍ରେନ୍ ଚଳାଚଳ ପ୍ରତିବନ୍ଧକକୁ ଏଡାଇଦିଆଯାଇ ପାରିବ । ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ମନୋଜ ଶର୍ମା ରେଳପଥ ଅଧୀନରେ ଚାଲୁରହିଥିବା ବିଭିନ୍ନ ପ୍ରକଳ୍ପର ଶୀଘ୍ର ସମାପ୍ତି ଉପରେ ଧ୍ୟାନ ଦେବାକୁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି । ଏହି ପ୍ରକଳ୍ପର ଶୀଘ୍ର ସମାପ୍ତି ପାଇଁ ରାଜ୍ୟ ସରକାରଙ୍କ ଅଧିକାରୀଙ୍କ ସମେତ ହିତାଧିକାରୀଙ୍କ ସହ ସମନ୍ୱୟ ରକ୍ଷା କରିବାକୁ ମଧ୍ୟ ଶ୍ରୀ ଶର୍ମା ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି ।