କଳାହାଣ୍ଡି : କଳାହାଣ୍ଡି କର୍ଲାପାଟରେ ହାତୀ ମୃତ୍ୟୁ ଘଟଣାର ଅନୁଧ୍ୟାନ କରିବା ପାଇଁ ଆସନ୍ତାକାଲି କେନ୍ଦ୍ରୀୟ ଟିମ ଆସିବେ । ଗତକାଲି କର୍ଲାପାଟ ଯାଇ ପିସିସିଏଫ ସ୍ଥିତି ପରଖିଥିଲେ । କଳାହାଣ୍ଡି କର୍ଲାପାଟ ଅଭୟାରଣ୍ୟରେ 6ଟି ହାତୀ ମୃତ୍ୟୁର କାରଣ ହ୍ୟୁମରେଜିକ ସେଫଟିସେମିଆ, ଯାହାକି ରାଜ୍ୟରେ ପ୍ରଥମ ।
ଏହି ଭୂତାଣୁ ସଂକ୍ରମଣ ଯୋଗୁଁ ଗୋଟିଏ ପରେ ଗୋଟିଏ ହାତୀଙ୍କ ମୃତ୍ୟୁ ହୋଇଛି । ବାକି ବଞ୍ଚିଥିବା ଦୁଇ ହାତୀଙ୍କୁ ବଞ୍ଚାଇବାକୁ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ହାତୀ ମୃତ୍ୟୁ ଘଟଣା ପରେ ନିଆଯାଇଥିବା ପଦକ୍ଷେପ ବିଷୟରେ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ପଶୁସମ୍ପଦ ବିଭାଗ ମିଳିତ ଭାବେ ପଦକ୍ଷେପ ନେଇ ହାତୀ ମୃତ୍ୟୁ ରୋକିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଅଭୟାରଣ୍ୟ ଓ ତାର ଆଖପାଖ ଅଞ୍ଚଳରେ ଗୃହପାଳିତ ପଶୁମାନଙ୍କର ଟିକାକରଣ ସୁନିଶ୍ଚିତ କରିବାପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ, ଡିଏଫଓ ଓ ଜିଲ୍ଲା ମୁଖ୍ୟ ପ୍ରାଣୀ ସମ୍ପଦ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।