ସମ୍ବଲପୁର: ବିଦ୍ୟୁତ ତାର ସଂଶ୍ପର୍ଷରେ ଆସି ମାଈ ହାତୀ ମୃତ । ସଦର ରେଞ୍ଜ ଝାଙ୍କରବାହାଲିରେ ୧୧ କେଭି ବିଦ୍ୟୁତ ତାର ସଂଶ୍ପର୍ଷରେ ଆସି ହାତୀ ମୃତ୍ୟ ହୋଇଥିବା ସୂଚନା ମିଳିଛି । ବସିଆପଡା ଅଞ୍ଚଳରୁ ହାତୀ ପଳ ଯିବା ସମୟରେ ଗୋଟିଏ ମାଈ ହାତୀ ବିଦ୍ୟୁତ ତାର ସଂଶ୍ପର୍ଷରେ ଆସିଥିଲା । ବିମ୍ବିତ ରାତିରେ ଏହି ଘଟଣା ଘଟିଥିବାବେଳେ ସକାଳେ ଖବର ପାଇ ବନ ବିଭାଗ ଘଟଣା ସ୍ଥଳରେ ପହଁଚି ଛାନଭିନ୍ ଚଳାଇଛି ।
ଭୁବନେଶ୍ୱର: ପାହାଳ ନିକଟସ୍ଥ ଏକ ଏସି ଓ ଫ୍ରିଜ୍ ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି । ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଅଗ୍ନିଶମ ବାହିନୀ ନିଆଁ ଆୟତ୍ତ କରିଛି । ଲକ୍ଷାଧିକ ଟଙ୍କାର ଇଲେକଟ୍ରିକ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।
ଆହୁରି ପଢନ୍ତୁ ଓଡିଶା ଖବର...
ଅର୍ଗସ ବ୍ୟୁରୋ: କୃଷି ବିଭାଗର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା । ବଢିବ ପିଏମ୍ କିଷାନ ହିତାଧିକାରୀଙ୍କ ସଂଖ୍ୟା । କାଳିଆରେ ସାମିଲ କିନ୍ତୁ ପିଏମ୍ କିଷାନରୁ ବାଦ ଯୋଗ୍ୟ ହିତାଧିକାରୀଙ୍କୁ ଯୋଡ଼ାଯିବ । କାଳିଆରେ 46 ଲକ୍ଷ ଚାଷୀ ସାମିଲ ଥିବା ବେଳେ ପିଏମ୍ କିଷାନରେ ମାତ୍ର 31 ଲକ୍ଷ ଚାଷୀ ଅନ୍ତର୍ଭୁକ୍ତ ହୋଇଛନ୍ତି । ତେଣୁ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । କୃଷି ବିଭାଗର ବୈଠକ ପରେ ଏ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଥମ ପର୍ଯ୍ୟାୟରେ ସବଡିଭିଜନ ସ୍ତରରେ 58ଟି ଶୀତଳ ଭଣ୍ଡାର ନିର୍ମାଣ ହେବ ବୋଲି କହିଛନ୍ତି CM ।
କୃଷି ବିଭାଗ ବୈଠକ ପୂର୍ବରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ବିଧାନସଭା ପରିସରରେ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ 'ମା ପାଇଁ ଗଛଟିଏ' କାର୍ଯ୍ୟକ୍ରମରେ ଯୋଗ ଦେଇ ଚାରା ରୋପଣ କରୁଥିଲେ । ଏହା ପୂର୍ବରୁ ପୁରୀରେ ମୁଖ୍ୟମନ୍ତ୍ରୀରେ ପହଞ୍ଚି ସ୍ବଚ୍ଛ ଭାରତ ଅଭିଯାନରେ ସାମିଲ ହୋଇଥିଲେ । ବଡ଼ଦାଣ୍ଡ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ସହ ମିଶି ବଡ଼ଦାଣ୍ଡରେ ସଫେଇ କରିଥିଲେ ।
ଆହୁରି ପଢନ୍ତୁ ଓଡିଶା ଖବର...