ଏହି ବିପର୍ଯ୍ୟୟ ପ୍ରବଣ ଜିଲ୍ଲାଗୁଡ଼ିକରେ ଥିବା ପାଞ୍ଚଟି ଉଚ୍ଚ ବିପଦସଙ୍କୁଳ ଗ୍ରାମରେ ହେନ୍ତାଳ ରୋପଣ (ବିଶେଷ କରି ରିଜୋଫୋରା, କାଣ୍ଡେଲିଆ କାଣ୍ଡେଲ ଓ ବ୍ରୁଗୁଏରା ଗାଇମ୍ନୋରିଜା ପ୍ରଜାତି) ଏବଂ ଫଳ ଧାରି ବୃକ୍ଷ ଓ ଜଙ୍ଗଲ ବୃକ୍ଷ ରୋପଣ କରାଯିବାର ଯୋଜନା ରହିଛି । ୨୦୨୩ ଜୁନ୍ ୫, ବିଶ୍ୱ ପରିବେଶ ଦିବସରୁ ଏହି ହେନ୍ତାଳ ଓ ବୃକ୍ଷ ରୋପଣ ଆରମ୍ଭ ହେବା ସହ ଫାଉଣ୍ଡେସନ ପକ୍ଷରୁ ୫୧,୦୦୦ ହେନ୍ତାଳ (ହାଇପୋକୋଟାଇଲ) ରୋପଣ କରାଯିବ । ବାଲେଶ୍ୱରର ବାହାନଗା ବ୍ଲକ୍ର ଖରାସାହାପୁର, ଭଦ୍ରକର ବାସୁଦେବପୁର ବ୍ଲକ୍ର ମୋହନପୁର, ଜଗତସିଂହପୁରର ଏରସମା ବ୍ଲକ୍ର ସାହାଡାବେଦୀ ଓ ଗଞ୍ଜାମର ଚିକିଟି ବ୍ଲକ୍ର ପତିସୁନାପୁର ଗ୍ରାମରେ ଏହି ବୃକ୍ଷରୋପଣ କରାଯିବ । ଏହି ବୃକ୍ଷରୋପଣ କାର୍ଯ୍ୟ ୨୦୨୩ ଜୁନ୍ ୫ରୁ ୧୫ ମଧ୍ୟରେ ହେବ । ଏଥିସହିତ, ଓଡ଼ିଶାର ବାଲେଶ୍ୱର ଜିଲ୍ଲାର କବୀରପୁର ଓ ଖରାସାହାପୁର ସମେତ ଭଦ୍ରକ ଜିଲ୍ଲାର ମୂଳଡିହ ଗ୍ରାମରେ ଫଳ ଧାରି ବୃକ୍ଷ ଓ ଜଙ୍ଗଲ ଗଛ ରୋପଣ କରିବାର ଯୋଜନା ରହିଛି । ସ୍ଥାନୀୟ ବାସିନ୍ଦା ଓ ସ୍ୱେଚ୍ଛାସେବୀଙ୍କ ସମେତ ବାଲେଶ୍ୱରର ଭୂମିପୂତ୍ର ସେବା ପ୍ରତିଷ୍ଠାନ ଓ ରୁରାଲ୍ ଡେଭେଲପ୍ମେଂଟ୍ ସେଂଟର, ଜଗତସିଂହପୁରର ଦୋଳଗୋବିନ୍ଦ ଯୁବ କ୍ଲବ୍ ଓ ଗଂଜାମର ପ୍ରାଥମିକ ମତ୍ସ୍ୟଜୀବୀ ସମବାୟ ସୋସାଇଟି ଭଳି ସଂଗଠନ ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯିବ ।
ବିଶ୍ୱ ପରିବେଶ ଦିବସ, ୨୦୨୩ରେ ଆଠଟି ରାଜ୍ୟର ୨୦ଟି ବିପର୍ଯ୍ୟୟ ପ୍ରବଣ ଜିଲ୍ଲାର ବିଭିନ୍ନ ସ୍ଥାନରେ ରିଲାଏନ୍ସ ଫାଉଣ୍ଡେସନର ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ ଅଧିନରେ ଏହି ଧରଣର ବିବିଧ କାର୍ଯ୍ୟକ୍ରମ ଆୟୋଜନ କରିବାର ଯୋଜନା ପ୍ରସ୍ତୁତ କରାଯାଇଛି ।
ଉଲ୍ଲେଖଯୋଗ୍ୟ ଯେ ବିପର୍ଯ୍ୟୟ ବିପଦ ହ୍ରାସ ପାଇଁ ସେଣ୍ଡାଇ ଫ୍ରେମ୍ୱର୍କ ୨୦୧୫-୨୦୩୦ର ସହନଶୀଳତା ବିଷୟ ଅନୁସାରେ ବିପର୍ଯ୍ୟୟ ବିପଦ ହ୍ରାସ ପାଇଁ ବର୍ତମାନ ପ୍ରକୃତି-ଭିତିକ ସମାଧାନ (ଏନ୍ବିଏସ୍) ଉପରେ ଗୁରୁତ୍ୱାରୋପ କରାଯାଉଛି । ସେହି ଅନୁସାରେ ଛାତ୍ରଛାତ୍ରୀ ଓ ଗୋଷ୍ଠୀ ସଦସ୍ୟମାନଙ୍କ ମଧ୍ୟରେ ସଚେତନତା ବଢ଼ାଇବା ଓ ସେମାନଙ୍କୁ ସଚେତନ କରିବା ଲାଗି ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ଲକ୍ଷ୍ୟ ରଖାଯାଇଛି । ବିଶ୍ୱ ପରିବେଶ ଦିବସରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମଗୁଡ଼ିକରେ ସାମିଲ ରହିଛି ବ୍ୟାପକ ବୃକ୍ଷରୋପଣ କାର୍ଯ୍ୟକ୍ରମ । ଏହି ଅଭିଯାନଗୁଡ଼ିକର ପ୍ରମୁଖ ଉଦ୍ଦେଶ୍ୟ ହେଉଛି ଜୈବବିବିଧତାରେ ଉନ୍ନତି, ମୃତ୍ତିକା କ୍ଷୟକୁ ରୋକିବା ଏବଂ ଏହି ଉଚ୍ଚ ସମ୍ବେଦନଶୀଳ ଅଂଚଳରେ ପ୍ରବଳ ବେଗର ପବନରୁ ଗୋଷ୍ଠୀକୁ ସୁରକ୍ଷା ପ୍ରଦାନ କରିବା ଲାଗି ଜୈବ-ସୁରକ୍ଷା ବଳୟ ସ୍ଥାପନ କରିବା ।
ଆନ୍ତର୍ଜାତିକ ବିପର୍ଯ୍ୟୟ ଡାଟାବେସ୍ (ଇଏମ୍ଡିଏଟି) ଅନୁସାରେ ୧୯୭୦ରୁ ୨୦୧୯ ମଧ୍ୟରେ ଭାରତରେ ଘଟିଥିବା ପ୍ରାୟ ୮୬% ବିପର୍ଯ୍ୟୟ ଘଟଣା ଓ ୯୮% ବିପର୍ଯ୍ୟୟ କ୍ଷୟକ୍ଷତିର କାରଣ ହେଉଛି ଜଳୀୟ-ପାଣିପାଗ ଜନିତ ଅତି ପ୍ରବଳ ମାତ୍ରାର ବିପର୍ଯ୍ୟୟ ଘଟଣା । ଜଳବାୟୁ ପରିବର୍ତନ, ଜୀବଜଗତର ଅବକ୍ଷୟ, ଓ ଅନୁପଯୁକ୍ତ ଜମି ବ୍ୟବହାର ଯୋଜନା ଯୋଗୁଁ ଏହି ଧାରା ଆଗକୁ ଜାରି ରହିବ ଏବଂ ଆହୁରି ତ୍ୱରାନ୍ୱିତ ହେବ ବୋଲି ଆଶଙ୍କା କରାଯାଉଛି । ବର୍ଦ୍ଧିତ ପ୍ରମାଣରୁ ଏହା ପ୍ରତିୟମାନ ହେଉଛି ଯେ ପ୍ରାକୃତିକ ଆର୍ଦ୍ରଭୂମିର ଦ୍ରୁତ ଅବକ୍ଷୟ ସମେତ ଜୀବନଜଗତ ଅବକ୍ଷୟ ହେଉଛି ଜଳ-ସମ୍ପର୍କିତ ବିପଦକୁ ବଢ଼ାଇବାର ଏକ ପ୍ରମୁଖ କାରଣ । ଫଳ ସ୍ୱରୂପ, ପ୍ରକୃତି ଭିତିକ ସମାଧାନ ଭଳି ବିପର୍ଯ୍ୟୟ ବିପଦ ହ୍ରାସ (ଡିଆରଆର) ରଣନୀତି ସାମାଜିକ ବିକାଶ ଲକ୍ଷ୍ୟ ପ୍ରତି ମହତ୍ୱପୂର୍ଣ୍ଣ ଯୋଗଦାନ ପ୍ରଦାନ କରିବା ସହିତ ବ୍ୟକ୍ତିବିଶେଷଙ୍କ କଲ୍ୟାଣ ଓ ପରିବେଶ ସହନଶୀଳତାକୁ ସୁନିଶ୍ଚିତ କରିବ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର