ଭୁବନେଶ୍ୱରର ସରକାରୀ କ୍ୱାର୍ଟର୍ସର ଯେଉଁ ଅଣ୍ଡରଗ୍ରାଉଣ୍ଡ ଆଲିଶାନ କୋଠା ଥିଲା ସେଠାକୁ ସର୍ବସାଧାରଣ ଏପରିକି ବିଜେଡି ନେତାମାନଙ୍କ ପ୍ରବେଶ ବାରଣ ଥିଲା । ସେହି କୋଠାରେ ସୋଫା,ବେଡ୍ , ଅନ୍ୟାନ୍ୟ ଉପକରଣ ଓ ଲାଇଟ୍ ଆଦି ବିଭିନ୍ନ ସାଜସଜ୍ଜା ସାମଗ୍ରୀ ବିଦେଶରୁ ଅଣାଯାଇଥିଲା । ଗାର୍ଡେନରେ ମଧ୍ୟ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇ କେବଳ ‘ହ୍ୱାଇଟ ଲିଲି’ରେ ସଜ୍ଜିତ ହୋଇଥିଲା । ଯାହା ଭାଙ୍ଗିଯାଇଛି...କେବଳ ଏତିକି ନୁହେଁ, ସେହି କ୍ୱାର୍ଟର୍ସ ମଧ୍ୟରେ ପ୍ରଣବଙ୍କ ପରିବାରର ମାଲିକାନାରେ ଥିବା ପ୍ରାୟ ୨୫ରୁ ଅଧିକ ବିଳାସପୂର୍ଣ୍ଣ କାର ପାର୍କିଂ କରୁଥିଲା । ସରକାରୀ କ୍ୱାର୍ଟର୍ସଠୁ ମାତ୍ର ୫୦୦ମିଟର ଦୂରରେ ପ୍ରଣବଙ୍କ ନିଜସ୍ୱ ଘର ଥିଲେ ମଧ୍ୟ ସେ କେବଳ ନିଜର ପତିଆରା ଦେଖାଇବା ପାଇଁ ଏହି ସରକାରୀ କୋଠାକୁ ନେଇଥିଲେ ।
ସାଧାରଣ ପ୍ରଶାସନ ବିଭାଗ ୨୦୧୯ ଜୁନ୍ ୧୬ତାରିଖରେ ଯେଉଁ ଚିଠି ନମ୍ବର-୧୬୬୮୭ରେ ପ୍ରଣବଙ୍କୁ ଭିଆଇଆଇଆଇ-ଏମଆର-ଏ କ୍ୱାର୍ଟର୍ସକୁ ଆବଂଟନ କରିଥିଲା ସେଥିରେ ସରକାରଙ୍କ ବିନା ଅନୁମତିରେ କୌଣସି ଭଙ୍ଗାଗଢ଼ା କାର୍ଯ୍ୟ ନକରିବା ପାଇଁ ସ୍ପଷ୍ଟ ଭାବେ ଉଲ୍ଲେଖ କରିଥିଲା । ତା’ଛଡ଼ା ଇଷ୍ଟେଟ ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଥିବା ବାସଭବନ ଆବଂଟନ କମିଟିଙ୍କ ସହମତି ମଧ୍ୟ ରହିଥିଲା । ଏହି କ୍ୱାର୍ଟର୍ସ ମରାମତି ପାଇଁ ୨୦୧୯-୨୦ ଓ ୨୦୨୦-୨୧ରେ ମୋଟ ୯.୩୭ଲକ୍ଷ ଟଙ୍କା ସରକାରୀ ତହବିଲରୁ ଖର୍ଚ୍ଚ ହୋଇଛି । ତେବେ ବବିଙ୍କ ଘର ଏବେ ଭଙ୍ଗାଯାଉଥିବାରୁ ଚର୍ଚ୍ଚା ଜୋର ।
ଆହୁରି ପଢନ୍ତୁ ଓଡିଶା ଖବର...