ଅର୍ଗସ ବ୍ୟୁରୋ: ଅଷ୍ଟ୍ରେଲିଆରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଗତ ଦୁଇ ଦିନ ଧରି ସିଙ୍ଗାପୁରରେ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଆଜି ଅଷ୍ଟ୍ରେଲିଆର ମେଲବର୍ଣ୍ଣରେ ପହଞ୍ଚିଛନ୍ତି । ମେଲବର୍ଣ୍ଣରେ ବସବାସ କରୁଥିବା ଭାରତୀୟମାନଙ୍କ ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯାଇଛି ।
ଏହି ଅବସରରେ ସେଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରିବା ସହ ସେମାନଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଛନ୍ତି କେନ୍ଦ୍ରମନ୍ତ୍ରୀ । ଅଷ୍ଟ୍ରେଲିଆରେ ରହୁଥିବା ପ୍ରବାସୀ ଭାରତୀୟଙ୍କ ସହ ସାକ୍ଷାତ ହୋଇ କଥା ହେବା ଖୁସିର ବିଷୟ । ଆମ ପ୍ରବାସୀମାନେ ହେଉଛନ୍ତି ଭାରତର ସଭ୍ୟତାର ସବୁଠାରୁ ବଡ଼ ଆମ୍ବାସେଡର ।
ଆମ ସଭ୍ୟତାର ମୂଲ୍ୟବୋଧ ଏବଂ ଜ୍ଞାନ, ବୈଶ୍ବିକ ଆହ୍ବାନର ସମାଧାନ କରିପାରିବ । ଶିକ୍ଷା ସମନ୍ବୟ ଓ ସହଯୋଗ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଥିବା ସମ୍ପର୍କକୁ ମଜଭୂତ କରିବ । ଜ୍ଞାନ ସହଯୋଗ ଭାରତ-ଅଷ୍ଟ୍ରେଲିଆ ବନ୍ଧୁତ୍ବକୁ ଆଗକୁ ନେବାରେ ମୂଳଦୁଆ ହେବ । ଶିକ୍ଷାର ଅନ୍ତର୍ଜାତୀୟକରଣ, ବିଶ୍ୱବିଦ୍ୟାଳୟ ସହ ସଂଯୋଗ, ଗବେଷଣା, ସ୍କିଲିଂ ଏବଂ ପାରସ୍ପିରକ ଛାତ୍ର ବିନିମୟ ଉପରେ ମଧ୍ୟ ଚର୍ଚ୍ଚା କରିଥିଲେ କେନ୍ଦ୍ରମନ୍ତ୍ରୀ ।