ସେ ୨୦୧୯ଠାରୁ ୨୦୨୪ପର୍ଯ୍ୟନ୍ତ ମାଲକାନଗିରି ନିର୍ବାଚନ ମଣ୍ଡଳୀର ବିଧାୟକ ଭାବେ କାର୍ଯ୍ୟ ତୁଲାଇଥିଲେ।ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୪୯ ବର୍ଷ ବୟସ ହୋଇଥିଲା। ତାଙ୍କ ଅକାଳ ବିୟୋଗରେ ମାଲକାନଗିରି ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି।
ଅଧିକ ପଢନ୍ତୁ ଓଡ଼ିଶା ଖବର
ମାଲକାନଗିରି: ମାଲକାନଗିରିର ପୂର୍ବତନ ବିଜେପି ବିଧାୟକ ଆଦିତ୍ୟ ମାଢି ଙ୍କ ପରଲୋକ । ଆଜି ସନ୍ଧ୍ୟାରେ ତାଙ୍କ ର ନିଧନ ହୋଇଛି । ଦୀର୍ଘ ଦିନ ଧରି ସେ କିଡନୀ ରୋଗରେ ପୀଡ଼ିତ ଥିଲେ। ଦୁଇଟି କିଡନୀ ନଷ୍ଟ ହୋଇଯାଇଥିଲା ତେବେ ଦୁଇ ବର୍ଷ ପୂର୍ବେ ତାଙ୍କ ର କିଡନୀ ପ୍ରତ୍ୟାରୋପଣ କରାଯାଇଥିଲା।
ସେ ୨୦୧୯ଠାରୁ ୨୦୨୪ପର୍ଯ୍ୟନ୍ତ ମାଲକାନଗିରି ନିର୍ବାଚନ ମଣ୍ଡଳୀର ବିଧାୟକ ଭାବେ କାର୍ଯ୍ୟ ତୁଲାଇଥିଲେ।ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୪୯ ବର୍ଷ ବୟସ ହୋଇଥିଲା। ତାଙ୍କ ଅକାଳ ବିୟୋଗରେ ମାଲକାନଗିରି ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଭୁବନେଶ୍ୱର: ପାହାଳ ନିକଟସ୍ଥ ଏକ ଏସି ଓ ଫ୍ରିଜ୍ ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି । ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଅଗ୍ନିଶମ ବାହିନୀ ନିଆଁ ଆୟତ୍ତ କରିଛି । ଲକ୍ଷାଧିକ ଟଙ୍କାର ଇଲେକଟ୍ରିକ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।
ଆହୁରି ପଢନ୍ତୁ ଓଡିଶା ଖବର...
ଅର୍ଗସ ବ୍ୟୁରୋ: କୃଷି ବିଭାଗର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା । ବଢିବ ପିଏମ୍ କିଷାନ ହିତାଧିକାରୀଙ୍କ ସଂଖ୍ୟା । କାଳିଆରେ ସାମିଲ କିନ୍ତୁ ପିଏମ୍ କିଷାନରୁ ବାଦ ଯୋଗ୍ୟ ହିତାଧିକାରୀଙ୍କୁ ଯୋଡ଼ାଯିବ । କାଳିଆରେ 46 ଲକ୍ଷ ଚାଷୀ ସାମିଲ ଥିବା ବେଳେ ପିଏମ୍ କିଷାନରେ ମାତ୍ର 31 ଲକ୍ଷ ଚାଷୀ ଅନ୍ତର୍ଭୁକ୍ତ ହୋଇଛନ୍ତି । ତେଣୁ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । କୃଷି ବିଭାଗର ବୈଠକ ପରେ ଏ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଥମ ପର୍ଯ୍ୟାୟରେ ସବଡିଭିଜନ ସ୍ତରରେ 58ଟି ଶୀତଳ ଭଣ୍ଡାର ନିର୍ମାଣ ହେବ ବୋଲି କହିଛନ୍ତି CM ।
କୃଷି ବିଭାଗ ବୈଠକ ପୂର୍ବରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ବିଧାନସଭା ପରିସରରେ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ 'ମା ପାଇଁ ଗଛଟିଏ' କାର୍ଯ୍ୟକ୍ରମରେ ଯୋଗ ଦେଇ ଚାରା ରୋପଣ କରୁଥିଲେ । ଏହା ପୂର୍ବରୁ ପୁରୀରେ ମୁଖ୍ୟମନ୍ତ୍ରୀରେ ପହଞ୍ଚି ସ୍ବଚ୍ଛ ଭାରତ ଅଭିଯାନରେ ସାମିଲ ହୋଇଥିଲେ । ବଡ଼ଦାଣ୍ଡ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ସହ ମିଶି ବଡ଼ଦାଣ୍ଡରେ ସଫେଇ କରିଥିଲେ ।
ଆହୁରି ପଢନ୍ତୁ ଓଡିଶା ଖବର...