ଭୁବନେଶ୍ବରସ୍ଥିତ ସରକାରୀ ବାସଭବନରେ ଗତ ରାତିରେ ଶୋଇଥିବା ସମୟରେ ହଠାତ୍ ଅସୁସ୍ଥତା ଅନୁଭବ କରିଥିଲେ। ଏହାପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା।
ସେଠାରେ ରାତି ପ୍ରାୟ ୩ଟାରେ ତାଙ୍କ ପରଲୋକ ହୋଇଛି। ସେ ଖଡ଼ିଆଳ ନିର୍ବାଚନ ମଣ୍ଡଳୀରୁ 5 ଥର ବିଧାୟକ ଭାବରେ ନିର୍ବାଚିତ ହୋଇଥିବା ବେଳେ ୨ଥର ମନ୍ତ୍ରୀ ଭାବରେ କାର୍ଯ୍ୟ ତୁଲାଇଥିଲେ।
ତାଙ୍କ ଅକାଳ ବିୟୋଗରେ ଖଡ଼ିଆଳ ନିର୍ବାଚନ ମଣ୍ଡଳୀ ରେ ଶୋକର ଛାୟା ଖେଳିଯାଇଛି । ପୂର୍ବତନ ମନ୍ତ୍ରୀଙ୍କ ପରଲୋକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ବହୁ ବିଶିଷ୍ଠ ନେତା ଶୋକ ପ୍ରକାଶ କରିଛନ୍ତି।