ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ଦେହାନ୍ତ ବିଷୟରେ ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ରାଜ୍ୟପାଳ ଥିବା ବେଳେ ସ୍ବର୍ଗତ ଭଣ୍ଡାରେଙ୍କ ଅବଦାନ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ଥିଲା।
ସ୍ବର୍ଗତ ଭଣ୍ଡାରେଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହିତ ପରିବାର ଓ ବନ୍ଧୁବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରୁଛି। — Mohan Charan Majhi (@MohanMOdisha) June 15, 2024
ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ କେନ୍ଦ୍ରମନ୍ତ୍ରୀ ସୋସିଆଲ ମିଡିଆ ହ୍ୟାଣ୍ଡେଲ୍ ରେ ଲେଖିଛନ୍ତି ଯେ, ଓଡ଼ିଶାର ପୂର୍ବତନ ରାଜ୍ୟପାଳ, ବିଶିଷ୍ଟ ରାଜନେତା, ଆଇନଜୀବୀ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସମାଜସେବା ସହ ଓଡ଼ିଶାରେ ତାଙ୍କ କାର୍ଯ୍ୟକାଳରେ ହୋଇଥିବା କାମ ଗୁଡିକ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।
ଓଡ଼ିଶାର ପୂର୍ବତନ ରାଜ୍ୟପାଳ, ବିଶିଷ୍ଟ ରାଜନେତା, ଆଇନଜୀବୀ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସମାଜସେବା ସହ ଓଡ଼ିଶାରେ ତାଙ୍କ କାର୍ଯ୍ୟକାଳରେ ହୋଇଥିବା କାମ ଗୁଡିକ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।
ଓଁ… — Dharmendra Pradhan (@dpradhanbjp) June 15, 2024