ପିଣ୍ଟୁଙ୍କ ଚିକିତ୍ସା ପାଇଁ ଅର୍ଦ୍ଧେନ୍ଦୁ ଦେଲେ ୧୦ ଲକ୍ଷ
ଭୁବନେଶ୍ୱରରେ ପୁଣି ୪ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବା ବିଏମସି ପକ୍ଷରୁ ସୂଚନା ମିଳିଛି । ଆକ୍ରାନ୍ତଙ୍କ ମଧ୍ୟରେ ଏମସର ଜଣେ କର୍ମଚାରୀ କରୋନା ପଜିଟିଭ୍ ଥିବା ଜଣାପଡ଼ିଛି ।
ଆଇଗିଣିଆ ଓ ଡୁମୁଡ଼ୁମାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଡୁମୁଡୁମା ଆକ୍ରାନ୍ତ ଜଣକ କଳିଙ୍ଗବିହାର ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ । ଅନ୍ୟ ଜଣେ ସଂକ୍ରମିତ ହୋମ୍ କ୍ୱାରେଣ୍ଟିନରେ ଥିଲେ । ସମସ୍ତ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି । ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତି ଓ ପଡ଼ୋଶୀ କ୍ୱାରେଣ୍ଟାଇନରେ ରହିବେ । ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଗତକାଲି ଗୋଟିଏ ଦିନରେ ୧୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଆଜି ସକାଳେ ୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।Four new positive cases detected in Bhubaneswar Municipal Corporation area during the last 24 hours. 1 case detected from home quarantine linked to earlier positive case of Kalinga Vihar. 1/3@CMO_Odisha @SecyChief @HFWOdisha @SRC_Odisha @cpbbsrctc
— BMC (@bmcbbsr) June 4, 2020
Download Argus News App
