ଆଜିଠୁ ତୃତୀୟ ମହଲା ହେଲା ମୁଖ୍ୟମନ୍ତ୍ରୀଙ୍କ ବିଧିବଦ୍ଧ କାର୍ଯ୍ୟାଳୟ
ଓଡିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ ହେବ । ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଓଡିଆ ଭାଷାର ବ୍ୟାପକ ବ୍ୟବହାରକୁ ସହଜ, ସରଳ ଓ ସୁଗମ କରିବା ପାଇଁ ଉପଯୁକ୍ତ ବୈଷୟିକ ଜ୍ଞାନକୌଶଳନ ପ୍ରୟୋଗ କରାଯିବ । ଏଥିସହ ତାଙ୍କ ପାଖରେ ଉପସ୍ଥାପିତ ହେବାକୁ ଥିବା ସବୁ ନଥିପତ୍ରକୁ ଓଡିଆରେ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଓଡିଆ ଭାଷା ଓ ସାହିତ୍ୟର ପ୍ରସାର ପାଇଁ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ । ଓଡିଆ ଭାଷା ଭବନ ଅସ୍ମିତା ଭବନ ନିର୍ମାଣ କରାଯିବ । ଭାଷା କମିଶନ ଗଠିତ ହେବ । ଓଡିଆ ଅସ୍ମିତାର ପ୍ରତିଷ୍ଠା, ଅଭିବୃଦ୍ଧି, ସଂରକ୍ଷଣ ଓ ପ୍ରସାରକୁ ଦିଆଯିବ ଗୁରୁତ୍ବ । ଓଡିଆ ଭାଷା ଉପରେ ଗୁଣାତ୍ମକ ଗବେଷଣାକୁ ପ୍ରୋତ୍ସାହିତ କରାଯିବ । ଓଡିଶାରେ ପଠନ ଅଭ୍ୟାସ ବୃଦ୍ଧି ଓ ଲାଇବ୍ରେରୀ ଆନ୍ଦୋଳନକୁ ବ୍ୟାପକ ଓ ବ୍ୟବସ୍ଥିତ କରାଯିବ ।
ସାହିତ୍ୟ, ସଙ୍ଗୀତ, ନାଟକ ଓ ଲଳିତ କଳା ଏକାଡେମୀର ପୁନର୍ଗଠନ ଓ କାର୍ଯ୍ୟକ୍ଷମତା ବୃଦ୍ଧି ପାଇଁ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।