ଏଠାରେ ପ୍ରଥମେ ଚାରା ରୋପଣ କରିଥିଲେ ଓ ପରେ ଗର୍ଭବତୀ ଗୋ ମାତାକୁ ପୂଜା କରିବା ସହିତ ହାତରେ ଗୋ ମାତାକୁ ଫଳ ଖୁଆଇ ଥିଲେ। ଗୋସେବା ଉପରେ ଧ୍ୟାନ ଦେବାକୁ କହିବା ସହ ମହାଭାରତ ର କିଛି ବିଷୟକୁ ସଭାରେ ଅଭିଯୋଗ ଭାଷଣରେ କହିଥିଲେ ରାଜ୍ୟପାଳ। ଏହାପରେ ଶୁଳିଆପଦା ବ୍ଲକ ଅନ୍ତର୍ଗତ ଗଡିଆ ଠାରେ ଥିବା ଚିନ୍ତାମଣି ବିଦ୍ୟାପୀଠ ର ସୁବର୍ଣ୍ଣ ଜୟନ୍ତୀ ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେବାପାଇଁ ବାହାରିଥିଲେ। ରାଜ୍ୟପାଳଙ୍କ ଗସ୍ତ ଯୋଗୁଁ ଗୋସେବା ସମିତିର ସମସ୍ତେ ଆଭାର ବ୍ୟକ୍ତ କରିଥିଲେ।

ଅର୍ଗସ ବ୍ୟୁରୋ: ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଙ୍କ ମୟୂରଭଞ୍ଜ ଜିଲ୍ଲା କୁ 2 ଦିନିଆ ଗ୍ରସ୍ତରେ ଆସି ପ୍ରଥମେ କପ୍ତିପଦା ଉପଖଣ୍ଡର ଶାଳଚୁଆ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ପରେ ବାରିପଦା ସହର ନିକଟ ଗୁଣ୍ଡିହୁଡି ଠାରେ ଥିବା ଶ୍ରୀରାଧାକୃଷ୍ଣ ଗୋସେବା ସମିତିର ଏକ ନୁତନ ଗୋଶାଳା ଗୃହ ଉଦଘାଟନ କରିଥିଲେ।

ଭୁବନେଶ୍ୱର: ଟ୍ବିନ ସିଟିରେ କାଳବୈଶାଖୀ ବର୍ଷା । ଭୁବନେଶ୍ବର, କଟକ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ସାଙ୍ଗକୁ ଘୂର୍ଣ୍ଣିଝଡ଼ । ବିଭିନ୍ନ ସ୍ଥାନରେ ପବନ ସହ ଖଣ୍ଡିଆ ଭୂତ ଦେଖାଯାଇଛି । ରାଜଧାନୀ ଭୁବନେଶ୍ବରରେ ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ହେଉଥିବା ଦେଖିବାକୁ ମିଳିଛି । ବର୍ଷା ପରେ ରାଜଧାନୀବାସୀ ପ୍ରବଳ ଗ୍ରୀଷ୍ମ ପ୍ରବାହରୁ ସାମାନ୍ୟ ଆଶ୍ୱସ୍ତି ପାଇଛନ୍ତି ।
ଆହୁରି ପଢନ୍ତୁ ଓଡିଶା ଖବର...

ନୂଆଦିଲ୍ଲୀ: ଅଞ୍ଜଳୀଙ୍କ ହାତରେ ବିକ୍ରମଙ୍କ ନାମର ମେହେନ୍ଦୀ ଥିଲା। ଉଭୟଙ୍କ ବିବାହକୁ ମାତ୍ର ୧୭ ଦିନ ହେଇଥିଲା । ପରିବାରରେ ହର୍ଷଉଲ୍ଲାସର ମାହୋଲ ଥିଲା। ଠିକ୍ ଏହି ସମୟରେ ଅଞ୍ଜଳୀ ଏବଂ ବିକ୍ରମଙ୍କ ରୁମ୍ରୁ ଶୁଭିଲା ଚିତ୍କାର। ଏ ଭୟଙ୍କର ରଡି ଥିଲା ଅଞ୍ଜଳିଙ୍କର । ଚତ୍କାର ଶୁଣି ପରିବାର ଲୋକେ ଦୌଡିଲେ ନୂଆ ବିବାହିତ ଦମ୍ପତ୍ତିଙ୍କ ରୁମ୍ ଆଡେ। ସେଠି ପହଞ୍ଚି ପରବାର ଯାହା ଦେଖିଲେ ତାହା ଥିଲା ଏକ ଅସମ୍ଭବ ଘଟଣା। ବିକ୍ରମଙ୍କ ହାତ ରକ୍ତ ଯୁଡ଼ୁବୁଡୁ , ତଳେ ପଡିଛନ୍ତି ସ୍ତ୍ରୀ ଅଞ୍ଜଳି। ଯାହାଙ୍କ ନାମର ମେହେନ୍ଦୀ ଲାଗିଥିଲା ଅଞ୍ଜଳୀଙ୍କ ହାତରେ, ସେଇ ହାତ ଅଞ୍ଜଳୀଙ୍କ ହତ୍ୟାକାରୀ ସାଜିଛି।
ଏମିତି କଣ ହେଲା କେଜାଣି ଅମାନୁଶିକ ଭାବେ ୧୦ ଥର ଛୁରିରେ ଭୁଷି ହତ୍ୟାକଲା ସ୍ତ୍ରୀକୁ। ବିବାହର ମାତ୍ର ୧୭ ଦିନ ଆଉ ସ୍ୱାମୀର ଛୁରୀ ଚୋଟ ଥିଲା ୧୦ । ଏପରି ଛାତି ଥରା ଘଟଣା ଘଟିଛି ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାରେ। ୨୧ ମେ ୨୦୨୩ରେ ଅଞ୍ଜଳୀଙ୍କ ହାତ ଧରିଥିଲେ ବିକ୍ରମ। ସାତ ଜନ୍ମ ପାଇଁ ସାଥି ହୋଇ ବାଟ ଚାଲିବାକୁ ଶପଥ କରିଥିଲା ବିକ୍ରମ। କିନ୍ତୁ ୧୭ ଟା ଦିନ ନ ହେଉଣୁ ସ୍ତ୍ରୀକୁ ହତ୍ୟା କରି ସଇତାନ ସାଜିଲା ବିକ୍ରମ। ସୁରକ୍ଷା କବଚ ହୋଇଥିଲା ସ୍ୱାମୀ। କିନ୍ତୁ ସାଜିଲା ପିସାଚ। ଅଞ୍ଜଳୀ ଏବେ ଆରପାରିରେ, ହତ୍ୟାକାରୀ ସ୍ୱାମୀ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ।
ଅଧିକ ପଢନ୍ତୁ ଭାରତ ଖବର
