ତାରିନିସେନ ଜଣେ ବି.କମ ଗ୍ରାଜୁଏଟ ଓ ବ୍ରହ୍ମଶଙ୍କର ବିସିଏ ପାସ କରିଛନ୍ତି। ରୟାଲ ଲାଇଫ ବଞ୍ଚିବା ପାଇଁ ସେମାନେ ଏଭଳି ଠକେଇ କରିଥିଲେ । ଝାଡ଼ଖଣ୍ଡ ରାଞ୍ଚିରେ ସେ ଭଡାଘରେ ରହୁଥିଲେ । ଲୋକଙ୍କୁ ଭୁଆଁ ବୁଲାଇବା ପାଇଁ NGO ମଧ୍ୟ ଚଳାଉଥିଲେ । ଇଡି ରେଡ଼ ସମ୍ପର୍କିତ ସୂଚନା ପାଇବା ପରେ ସେ ନିଜକୁ ଇଡି ଅଫିସର କହୁଥିଲେ। କୌଣସି କେସ୍ ର ବୁଝାମଣା ପାଇଁ ଟଙ୍କା ଦେବାକୁ ଧମକାଉଥିଲେ । ତାଙ୍କ ଫୋନ ପେ ଯୋଗେ ୧୬ ଲକ୍ଷରୁ ଉର୍ଦ୍ଧ ଟଙ୍କା ଟ୍ରାଞ୍ଜାକସନ ହୋଇଥିବା ଜାଣିବାକୁ ପାଇଛି ପୋଲିସ। ଟଙ୍କା ନେବା ପରେ ମିଛ କ୍ଲିଅରାନ୍ସ ରିପୋର୍ଟ ମଧ୍ୟ ଦେଉଥିଲେ। ସେମାନଙ୍କ ଠାରୁ ଡେସ୍କଟପ, ମୋବାଇଲ , ବ୍ୟାଙ୍କ ପାସବୁକ, ମିଛ ପରିଚୟ ପତ୍ର , ୧୭ ଟି ଏଟିଏମ କାର୍ଡ ଜବତ କରାଯାଇଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର