ଏହା ସହିତ ତୁରନ୍ତ ମାମଲା ରୁଜୁ କରିବାକୁ ଇନଫୋସିଟି ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଡକ୍ଟର ଜଷ୍ଟିସ ସଂଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ। ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ କ୍ରମେ ଭର୍ଚୁଆଲ ମାଧ୍ୟମରେ ହାଇକୋର୍ଟରେ ଉପସ୍ଥିତ ରହିଥିଲେ ଇନଫୋସିଟି ଥାନା ଅଧିକାରୀ।
ତେବେ ତାଙ୍କ ପାଖରେ ଏଫଆଇଆର ପହଁଚି ନଥିବା ଆଇଆଇଆସି ହାଇକୋର୍ଟଙ୍କୁ ଜଣାଇଥିଲେ। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୭ ତାରିଖରେ ଥିବା ବେଳେ ତା ପୂର୍ବରୁ ଡିସିପିଙ୍କୁ ହାଇକୋର୍ଟରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ହକି ତାରକା ବୀରେନ୍ଦ୍ର ଲାକ୍ରା ଓ ତାଙ୍କ ବାନ୍ଧବୀ ମାନଜିତ ଟେଟେଙ୍କ ନାଁରେ ହତ୍ୟା ଅଭିଯୋଗ ଆଣି ହାଇକୋର୍ଟରେ ମାମଲା ଦାୟର କରିଛନ୍ତି ମୃତକ ଆନନ୍ଦ ଟପ୍ପୋଙ୍କ ବାପା।
ମୃତକଙ୍କ ବାପା ବନ୍ଧନ ଟପ୍ପୋ ଆବେଦନରେ ଦର୍ଶାଇଛନ୍ତି ଯେ, ଫେବୃଆରୀ ୨୮ ତାରିଖ ଦିନ ପ୍ରାୟ ୧୨ଟା୍ରେ ଭୁବନେଶ୍ୱର ଇନଫୋସିଟି ଥାନା ଅନ୍ତର୍ଗତ ଇନ୍ଫୋସିଟିର ଆୟୁଷ ରେଡିୟମ ଫ୍ଲାଟ୍ ନମ୍ବର ୪୦୧ରେ ବେକରେ ଶାଢ଼ି ଦେଇ ଆନନ୍ଦ ଆତ୍ମହତ୍ୟା କରିଥିବା ବୀରେନ୍ଦ୍ର ମୃତକଙ୍କ ବାପାଙ୍କୁ ଫୋନ ମାଧ୍ୟମରେ ସୂଚନା ଦେଇଥିଲେ।
ତେବେ ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ କିମ୍ବା ଅନ୍ୟ କୌଣସି ସ୍ୱାଧୀନ ସଂସ୍ଥା ଦ୍ୱାରା ତଦନ୍ତ ପାଇଁ ହାଇକୋର୍ଟରେ ପ୍ରାର୍ଥନା କରିଛନ୍ତି ଆବେଦନକାରୀ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଶିବଶଙ୍କର ମହାନ୍ତି ମାମଲା ପରିଚାଳନା କରୁଛନ୍ତି।
ଓଡିଶା ଖବର ଆହୁରି ପଢ଼ନ୍ତୁ ।