କିଛି ଦିନ ହେବ କାଳବୈଶାଖୀ ବର୍ଷା ହେଉଥିଲେ ବି ଦିନ ତାପମାତ୍ରାରେ ସେତେଟା ପରିବର୍ତ୍ତନ ହେଉନି ।ରାଜ୍ୟରେ ଦିନକୁ ଦିନ ବଢ଼ୁଛି ତାତି। ବାହାରକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି। ଖରା ଏତେ ମାତ୍ରାରେ ହେଉଛି ଯେ, ସକାଳ ୯ଟା ବେଳକୁ ଗୁଳୁଗୁଳି ସାଙ୍ଗକୁ ପ୍ରବଳ ଖରା ହେଉଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:
ଅର୍ଗସ ବ୍ୟୁରୋ: ରାଜ୍ୟରେ ଅସହ୍ୟ ତାତି ସାଙ୍ଗକୁ ଗୁଳିୁଗୁଳି । ସକାଳ ୯ଟା ପରେ ଘରୁ ବାହାରିବା ମୁସ୍କିଲ । ଆଜି ସକାଳ ୮ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ୩୨.୨ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ଆଦ୍ରତା ୭୭ ପ୍ରତିଶତ ଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି । ଅସହ୍ୟ ତାତିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ ।
କିଛି ଦିନ ହେବ କାଳବୈଶାଖୀ ବର୍ଷା ହେଉଥିଲେ ବି ଦିନ ତାପମାତ୍ରାରେ ସେତେଟା ପରିବର୍ତ୍ତନ ହେଉନି ।ରାଜ୍ୟରେ ଦିନକୁ ଦିନ ବଢ଼ୁଛି ତାତି। ବାହାରକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି। ଖରା ଏତେ ମାତ୍ରାରେ ହେଉଛି ଯେ, ସକାଳ ୯ଟା ବେଳକୁ ଗୁଳୁଗୁଳି ସାଙ୍ଗକୁ ପ୍ରବଳ ଖରା ହେଉଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:
ଅର୍ଗସ ବ୍ୟୁରୋ : ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧୀନସ୍ଥ ଓସ୍ତପଡା ଗ୍ରାମ କାଜୁ ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା । ବିଶେଷ ସୂତ୍ରରୁ ଖବର ପାଇ ଚାନ୍ଦପୁର ପୋଲିସ ଚଢ଼ାଉ କରି ୩ ଜଣ ଜୁଆଡିଙ୍କୁ ଗିରଫ କରିବା ସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରିଛି । ଘୁଡୁଘୁଡ଼ିଆ ପାଲି- ଗୋଟି, ୬ ଟି ମୋଟର ସାଇକେଲ, ୩ ଟି ମୋବାଇଲ ଏବଂ ନଗଦ ୩୫ ହଜାର ୬୭୦ ଟଙ୍କା ଜବତ କରିଛି ଚାନ୍ଦପୁର ପୋଲିସ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଗିରଫ ଅଭିଯୁକ୍ତ ମାନେ ହେଲେ ଖୋର୍ଦ୍ଧା ଅଞ୍ଚଳର ପଲାହାଟ ଗ୍ରାମର ଉଚ୍ଚବ ପ୍ରଧାନ, ଭୁଷଣ୍ଡପୁର ଗ୍ରାମ ଉରୁମୁଖି ସାହିର ବ୍ରଜ ବେହେରା ଓ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧିନସ୍ଥ କନ୍ଧନୟାଗଡ଼ ଗ୍ରାମର ଗଣେଶ ବେହେରା । ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଚାନ୍ଦପୁର ଥାନା ଅଧିକାରୀ ଜଗଦୀଶ କର ସୂଚନା ଦେଇଛନ୍ତି
ଅର୍ଗସ ବ୍ୟୁରୋ : ମାହାଙ୍ଗା ଡବଲ ମର୍ଡର ମାମଲାରେ କୋର୍ଟଙ୍କ ନିର୍ଦେଶରେ ଦଫା ୩୦୨ ଲାଗିବା ପରେ ହତାସ ହୋଇପଡ଼ିଛନ୍ତି ପ୍ରତାପ ଜେନା । କୋର୍ଟଙ୍କ ନିର୍ଦ୍ଦେଶ ପଛରେ ରାଜନୈତିକ ଚକ୍ରାନ୍ତ ଥିବା କହିଛନ୍ତି ବିଜେଡିର ପାୱାରଫୁଲ ପ୍ରତାପ । ସେ ନିର୍ଦ୍ଦୋଶ ତାଙ୍କୁ ଚକ୍ରାନ୍ତ କରି ଫସାଯାଇଥିବା ସଫେଇ ଦେଇଛନ୍ତି ପ୍ରତାପ ଜେନା ।
ଅଧିକ ପଢନ୍ତୁ : ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ବଡ଼ ପ୍ରମାଣ
ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ନାଁରେ ଲାଗିଛି 302, 120 ବି ଓ 506 । ଦଫା ୩୦୨ ଲାଗିବା ପରେ ଗିରଫ ନେଇ ପ୍ରତାପଙ୍କ ମନରେ ପଶିଛି କି ଛନକା ? ସେଥିପାଇଁ ହତାସ ହୋଇ ଦେଇଛନ୍ତି କି ଏପରି ବୟାନ ?