ଆସନ୍ତାକାଲିଠୁ ୯ ତାରିଖ ପର୍ଯ୍ୟନ୍ତ ଆଭ୍ୟନ୍ତରିଣ ଓ ପଶ୍ଚିମ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ୭ ତାରିଖରେ ୭ ଜିଲ୍ଲାରେ ବର୍ଷା ସମ୍ଭାବନା ଥିବା ବେଳେ ୮ ତାରିଖରେ ୧୪ ଜିଲ୍ଲା ଏବଂ ୯ ତାରିଖରେ ୭ ଜିଲ୍ଲାକୁ କାଳବୈଶାଖୀ ଥିବା ସତର୍କ କରାଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଅର୍ଗସ ବ୍ୟୁରୋ: ତତଲା ତାଓ୍ୱାରେ ଭାଜି ହେଉଛି ପୁରା ଓଡିଶା । ଉପାନ୍ତରୁ ଉପକୂଳ ଉପରମୁହାଁ ହୋଇଛି ପାରଦ । ରବିବାର ୮ ସହରରେ ୩୮ଡିଗ୍ରୀ କିମ୍ବା ତାଠାରୁ ଅଧିକ ତାପମାତ୍ରା ରେକର୍ଡ ହୋଇଛି । ଆଗାମୀ ୫ ଦିନ ଯାଏ ଉପକୂଳ ଓଡିଶାକୁ ନାହିଁ ନିସ୍ତାର । ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ ତାପମାତ୍ରା ବଢ଼ିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।ସେପଟେ ପଶ୍ଚିମା ଝଡ଼ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାକୁ ମିଳିବ ତ୍ରାହି ।

ଅର୍ଗସ ବ୍ୟୁରୋ : ଆନ୍ଦୋଳନରତ ରେସଲରଙ୍କ ସହ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁରଙ୍କ ଆଲୋଚନା । ୬ ଘଣ୍ଟାର ଆଲୋଚନାରେ ଧାର୍ଯ୍ୟ ହେଲା ତାରିଖ । ସେହିପରି ମନ୍ତ୍ରୀଙ୍କ ଆଗରେ କିଛି ଦାବି ରଖିଛନ୍ତି ରେସଲର୍ । ଜଣେ ମହିଳାଙ୍କ ନେତୃତ୍ବରେ ଇଣ୍ଟରନାଲ କମ୍ପ୍ଲେଣ୍ଟ କମଟିର ଗଠନ । ରେସଲରଙ୍କ ବିରୋଧରେ ରୁଜୁ ସମସ୍ତ ମାମଲା ପ୍ରତ୍ୟାହାର ।
ଅଧିକ ପଢନ୍ତୁ ଭାରତ ଖବର
୩ ପାଳି ଧରି ସଭାପତି ପଦରେ ରହିଥିବା ବ୍ରିଜ ଭୂଷଣ ସିଂ ଏବଂ ତାଙ୍କ ସହଯୋଗୀଙ୍କୁ ପୁନଃ ନିର୍ବାଚିତ କରା ନଯାଉ । ୬ ଘଣ୍ଟା ଧରି ଆଲୋଚନାରେ କିଛି ଏଭଳି ଦାବି ରଖିଛନ୍ତି ଆନ୍ଦୋଳନରତ ରେସଲର୍ । ସେପଟେ ୧୫ ତାରିଖ ସୁଦ୍ଧା ତଦନ୍ତ ସରିବ ଏବଂ ଚାର୍ଜସିଟ୍ ଦାଖଲ ନେଇ ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ । ଜୁନ ୩୦ ତାରିଖ ସୁଦ୍ଧା WFIରେ ନିର୍ବାଚନ ହେବ ଏବଂ ନୂଆ ସଭାପତି ଚୟନ କରାଯିବ ବୋଲି ମଧ୍ୟ ରେସଲରଙ୍କୁ ଆଶ୍ବାସନା ଦେଇଛନ୍ତି କ୍ରୀଡ଼ାମନ୍ତ୍ରୀ ।

ଅର୍ଗସ ବ୍ୟୁରୋ : ଯାଜପୁରରେ ବଡ ଅଘଟଣ । ମାଲବାହୀ ଟ୍ରେନ୍ରେ କଟି ୬ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଯାଜପୁର ରୋଡ୍ ଷ୍ଟେସନ୍ ଚୂନଭାଟି ପ୍ଲଟ୍ ନିକଟରେ ଘଟିଛି ଏହି ଅଭାବନୀୟ ଘଟଣା । ପ୍ରବଳ ବର୍ଷା, ପବନ ଯୋଗୁଁ ଟ୍ରେନ୍ ବଗି ତଳେ ବସିଥିଲେ ଶ୍ରମିକ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଏହି ଘଟଣାରେ ଶୋକ ପିରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ । କହିଛନ୍ତି ଏହି ଅଭାବନୀୟ ଘଟଣାରେ ବ୍ୟକ୍ତିଙ୍କ ଦେହାନ୍ତ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।
