ମେଘମୁକ୍ତ ଆକାଶ ସହ ବାୟୁମଣ୍ଡଳରେ ଶୁଷ୍କତା ବୃଦ୍ଧି ପାଇଁ ତାତି ବଢିବ । ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଜାରି ରହିବ । ଅନ୍ୟପଟେ ୧୬ ତାରିଖ ବେଳକୁ ପଶ୍ଚିମା ଝଡ଼ ପ୍ରଭାବରେ ଉତ୍ତର ଅଭ୍ୟନ୍ତରୀଣ ଓଡ଼ିଶାର ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, ଯାଜପୁର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛନ୍ତି ପାନିପାଗ ବିଶେଷଜ୍ଞ ଶରତ ସାହୁ। ଗତକାଲି ରାଜ୍ୟରେ ବୌଦ୍ଧରେ ସର୍ବାଧିକ ତାପମାତ୍ରା ୩୭. ୭ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି । ସେହିପରି ଭବାନୀପାଟଣା, ମାଲକାନଗିରି ଓ ସୋନପୁରରେ ସର୍ବାଧିକ ତାପମାତ୍ରା ରହିଥିଲା ୩୭ ଡିଗ୍ରୀ ।