ଏହା ପ୍ରଭାବରେ ଓଡ଼ିଶାରେ ଆସନ୍ତା ୫ ଦିନ ଭାରି ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ପାଇଁ ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ଦେଓଗଡ଼ର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେପଟେ ୨୯ରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି କହିଛି ପାଣିପାଗ ବିଭାଗ ।