ବିଶେଷ କରି ଉପକୂଳ, ଉତ୍ତର ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାର ୨୧ ଟି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗର ସୂଚନା । ସେହିପରି ଆସନ୍ତାକାଲି ବର୍ଷାର ବିସ୍ତୃତି ବଢିବା ସହ ଅଧିକାଂଶ ଜିଲ୍ଲାରେ ହାଲୁକରୁ ମାଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କଟକ, ଜଗତସିଂହପୁର , ଭଦ୍ରକ, ବାଲେଶ୍ଵର, ମୟୁରଭଞ୍ଜ , କେନ୍ଦୁଝର ଓ କେନ୍ଦ୍ରାପଡା ଏହି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୨୩ ତାରିଖରେ ୮ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଥିବାବେଳେ ଆସନ୍ତା ୨୬ ତାରିଖ ଯାଏଁ ଜାରି ରହିବ ବର୍ଷା ।
ସେପଟେ ଗତ ୨୪ ଘଣ୍ଟା ରେ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ ମୟୂରଭଞ୍ଜର ବିଜତାଲାରେ ସର୍ବାଧିକ ୫୬.୦୦ ମିମି ବର୍ଷା ରେକର୍ଡ କରାଯାଇଛି । ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୧୦୦୯.୭ ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୯% ନିଅଁଟିଆ ବର୍ଷା ରହିଛି । ୧୦୯୯.9 ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ଗୋଟିଏ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ୧୯ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ଓ ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।