ସେହିପରି ଲଘୁଚାପ ଜନିତ ଲଗାଣ ବର୍ଷାରେ ବଡଦାଣ୍ଡରେ ସୃଷ୍ଟି ହେଲା କୃତ୍ରିମ ବନ୍ୟା ପରିସ୍ଥିତି । ଆଣ୍ଠୁଏ ଉଚ୍ଚର ପାଣି ଚାଲୁଛି । ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ସ୍ଥାନୀୟ ବାସୀନ୍ଦା, ଭକ୍ତ, ପର୍ଯ୍ୟଟକ ଓ ତୀର୍ଥଯାତ୍ରୀ । ପୁରୀ ଜିଲ୍ଲା ପ୍ରଶାସନକୁ ଦାୟୀ କଲେ ସ୍ଥାନୀୟ ବାସିନ୍ଦା ।
ଆଜିଠୁ ୧୦ ତାରିଖ ଯାଏଁ ରାଜ୍ୟରେ କିଛି ଜିଲ୍ଲାରେ ହୋଇପାରେ ପ୍ରବଳରୁ ଅତି ପ୍ରବଳ ବର୍ଷା । ୮ ଓ ୯ ତାରିଖ ମଧ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବର୍ଷା ପ୍ରଭାବରେ ତଳିଆ ଅଞ୍ଚଳରେ ପାଣି ଜମିବା ସହ କଚ୍ଚା ରାସ୍ତା ଏବଂ କଚ୍ଚା ଘର ପ୍ରଭାବିତ ହେବା ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଅତିପ୍ରବଳ ତଥା ଅତ୍ୟନ୍ତ ପ୍ରବଳ ବର୍ଷା ପ୍ରଭାବରେ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି ।