ବର୍ଷା କାରଣରୁ ଲୋକେ ଶାନ୍ତି ଶୋଇପାରିବେ। ସୂଚନାନୁସାରେ, ବର୍ଷା ପରେ ତାତି ପୁଣି ବଢ଼ିପାରେ। ଆହୁରି ଗୋଟେ ସପ୍ତାହ ତାତି ଜାଳିବ ବୋଲି କୁହାଯାଉଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ତାତିରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି। ଭୁବନେଶ୍ୱରରରେ ବଦଳିଲା ପାଗ। ଯେଉଁଭଳି ଭାବରେ ତାତି ବଢ଼ିଚାଲିଥିଲା ସେଥିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି ରାଜଧାନୀବାସୀଙ୍କୁ। ରାଜଧାନୀରେ ଘୂର୍ଣ୍ଣିଝଡ ସହ ବହୁଛି ପବନ। କାଳବୈଶାଖୀ ପ୍ରଭାବରେ ବର୍ଷା ଆରମ୍ଭ ହୋଇଛି। କିଛି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଛି। ତାତି କାରଣରୁ ସକାଳ ସାଢ଼େ ଆଠଟାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଥିବାବେଳେ ଆଜି ସନ୍ଧ୍ୟାରେ ଲୋକଙ୍କୁ ଆଶ୍ୱସ୍ତି ମିଳିବ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେଉଥିବା ନଜିର ରହିଛି।
ବର୍ଷା କାରଣରୁ ଲୋକେ ଶାନ୍ତି ଶୋଇପାରିବେ। ସୂଚନାନୁସାରେ, ବର୍ଷା ପରେ ତାତି ପୁଣି ବଢ଼ିପାରେ। ଆହୁରି ଗୋଟେ ସପ୍ତାହ ତାତି ଜାଳିବ ବୋଲି କୁହାଯାଉଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୁବନେଶ୍ୱର ବିମାନବନ୍ଦରରେ ମୋଦିଙ୍କୁ ସ୍ୱାଗତ କରିଛନ୍ତି ହଜାର ହଜାର ଲୋକ।ରାଜଭବନରେ ରାତ୍ରି ଯାପନ କରିବେ ପ୍ରଧାନମନ୍ତ୍ରୀ। ୬ ତାରିଖ ସକାଳୁ ଭୁବନେଶ୍ୱରରୁ ବ୍ରହ୍ମପୁର ଯିବେ ପ୍ରଧାନମନ୍ତ୍ରୀ। ସେଠାରେ ବିଶାଳ ସମାବେଶରେ ଯୋଗ ଦେବେ । ତାପରେ ନବରଙ୍ଗପୁରରେ ବି ବଡ଼ ଜନସଭାକୁ ସମ୍ବୋଧନ କରିବେ ମୋଦି।
୬ ତାରିଖରେ ଯାଇ ୧୦ ତାରିଖରେ ପୁଣି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ। ରାଜଧାନୀରେ କରିବେ ବିଶାଳ ରୋଡ଼ ସୋ। ଭୁବନେଶ୍ୱରର ତିନିଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଏକାମ୍ର, ଉତ୍ତର ଓ ମଧ୍ୟ ଭୁବନେଶ୍ୱର କ୍ଷେତ୍ରରେ ହେବ ପ୍ରଧାନମନ୍ତ୍ରୀଙ୍କ ରାଲି।ଏହାସହ ୧୧ ତାରିଖରେ ବଲାଙ୍ଗୀରରେ ନିର୍ବାଚନୀ ପ୍ରଚାର କରିବେ ପିଏମ ମୋଦି। ମୋଦିଙ୍କ ଗସ୍ତ ପାଇଁ ବିମାନବନ୍ଦରଠାରୁ ରାଜଭବନ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । CISF ଆଉ ପୋଲିସ ମୁତୟନ ହୋଇଛନ୍ତି ।
ଅଧିକ ପଢ଼ନ୍ତୁ ଓଡିଶା ଖବର: